ଗୀତସଂହିତା 102 : 1 (ORV)
ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ ।
ଗୀତସଂହିତା 102 : 2 (ORV)
ମୋʼ ସଙ୍କଟ ଦିନରେ ମୋʼଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ ।
ଗୀତସଂହିତା 102 : 3 (ORV)
କାରଣ ମୋʼ ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ ।
ଗୀତସଂହିତା 102 : 4 (ORV)
ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ ।
ଗୀତସଂହିତା 102 : 5 (ORV)
ମୋହର ହାହାକାର ଶଦ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ ।
ଗୀତସଂହିତା 102 : 6 (ORV)
ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି ।
ଗୀତସଂହିତା 102 : 7 (ORV)
ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
ଗୀତସଂହିତା 102 : 8 (ORV)
ମୋʼ ଶତ୍ରୁମାନେ ଦିନଯାକ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ ରାଗାନ୍ଧ ଲୋକମାନେ ମୋʼ ନାମ ନେଇ ଶାପ ଦିଅନ୍ତି ।
ଗୀତସଂହିତା 102 : 9 (ORV)
କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି ।
ଗୀତସଂହିତା 102 : 10 (ORV)
ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ ।
ଗୀତସଂହିତା 102 : 11 (ORV)
ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି ।
ଗୀତସଂହିତା 102 : 12 (ORV)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ ।
ଗୀତସଂହିତା 102 : 13 (ORV)
ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ ।
ଗୀତସଂହିତା 102 : 14 (ORV)
ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି ।
ଗୀତସଂହିତା 102 : 15 (ORV)
ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜଗଣ ତୁମ୍ଭ ମହିମାକୁ ଭୟ କରିବେ ।
ଗୀତସଂହିତା 102 : 16 (ORV)
କାରଣ ସଦାପ୍ରଭୁ ସିୟୋନକୁ ପୁନର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
ଗୀତସଂହିତା 102 : 17 (ORV)
ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି ।
ଗୀତସଂହିତା 102 : 18 (ORV)
ଏହା ଭବିଷ୍ୟଦ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ ।
ଗୀତସଂହିତା 102 : 19 (ORV)
କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
ଗୀତସଂହିତା 102 : 20 (ORV)
ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ଵର୍ଗରୁ ପୃଥିବୀକି ଅବଲୋକନ କଲେ;
ଗୀତସଂହିତା 102 : 21 (ORV)
ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
ଗୀତସଂହିତା 102 : 22 (ORV)
ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
ଗୀତସଂହିତା 102 : 23 (ORV)
ସେ ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ ।
ଗୀତସଂହିତା 102 : 24 (ORV)
ମୁଁ କହିଲି, ହେ ମୋହର ପରମେଶ୍ଵର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ;
ଗୀତସଂହିତା 102 : 25 (ORV)
ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ତଳ ତୁମ୍ଭର ହସ୍ତକୃତ କର୍ମ ।
ଗୀତସଂହିତା 102 : 26 (ORV)
ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ ।
ଗୀତସଂହିତା 102 : 27 (ORV)
ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବର୍ଷର ଶେଷ ହେବ ନାହିଁ ।
ଗୀତସଂହିତା 102 : 28 (ORV)
ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: