ଗୀତସଂହିତା 104 : 1 (ORV)
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ଵର୍ଯ୍ୟରେ ବିଭୂଷିତ ।
ଗୀତସଂହିତା 104 : 2 (ORV)
ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ତଳ ବିସ୍ତାର କରିଅଛ ।
ଗୀତସଂହିତା 104 : 3 (ORV)
ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ ।
ଗୀତସଂହିତା 104 : 4 (ORV)
ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର ।
ଗୀତସଂହିତା 104 : 5 (ORV)
ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ ।
ଗୀତସଂହିତା 104 : 6 (ORV)
ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା ।
ଗୀତସଂହିତା 104 : 7 (ORV)
ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ଵନିରେ ସେସବୁ ଶୀଘ୍ର ଚାଲିଗଲେ;
ଗୀତସଂହିତା 104 : 8 (ORV)
ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ ।
ଗୀତସଂହିତା 104 : 9 (ORV)
ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକି ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ ।
ଗୀତସଂହିତା 104 : 10 (ORV)
ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;
ଗୀତସଂହିତା 104 : 11 (ORV)
ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି ।
ଗୀତସଂହିତା 104 : 12 (ORV)
ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି ।
ଗୀତସଂହିତା 104 : 13 (ORV)
ସେ ଆପଣା କୋଠରିରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ ।
ଗୀତସଂହିତା 104 : 14 (ORV)
ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି ।
ଗୀତସଂହିତା 104 : 15 (ORV)
ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି ।
ଗୀତସଂହିତା 104 : 16 (ORV)
ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;
ଗୀତସଂହିତା 104 : 17 (ORV)
ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ ।
ଗୀତସଂହିତା 104 : 18 (ORV)
ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ ।
ଗୀତସଂହିତା 104 : 19 (ORV)
ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ ।
ଗୀତସଂହିତା 104 : 20 (ORV)
ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି ।
ଗୀତସଂହିତା 104 : 21 (ORV)
ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ଵରଙ୍କଠାରୁ ଆହାର ଚାହାନ୍ତି ।
ଗୀତସଂହିତା 104 : 22 (ORV)
ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ପାରେ ଶୟନ କରନ୍ତି ।
ଗୀତସଂହିତା 104 : 23 (ORV)
ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସାୟଂକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ ।
ଗୀତସଂହିତା 104 : 24 (ORV)
ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧଣ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ ।
ଗୀତସଂହିତା 104 : 25 (ORV)
ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି ।
ଗୀତସଂହିତା 104 : 26 (ORV)
ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ୍ ଥାଏ ।
ଗୀତସଂହିତା 104 : 27 (ORV)
ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି ।
ଗୀତସଂହିତା 104 : 28 (ORV)
ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି । ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି ।
ଗୀତସଂହିତା 104 : 29 (ORV)
ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ଵାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି ।
ଗୀତସଂହିତା 104 : 30 (ORV)
ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି;
ଗୀତସଂହିତା 104 : 31 (ORV)
ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ ।
ଗୀତସଂହିତା 104 : 32 (ORV)
ସେ ପୃଥିବୀକି ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି ।
ଗୀତସଂହିତା 104 : 33 (ORV)
ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ଵ ଥିବାଯାଏ ମୁଁ ମୋହର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
ଗୀତସଂହିତା 104 : 34 (ORV)
ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ।
ଗୀତସଂହିତା 104 : 35 (ORV)
ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: