ଗୀତସଂହିତା 118 : 1 (ORV)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 118 : 2 (ORV)
ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 118 : 3 (ORV)
ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 118 : 4 (ORV)
ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 118 : 5 (ORV)
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ ।
ଗୀତସଂହିତା 118 : 6 (ORV)
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ?
ଗୀତସଂହିତା 118 : 7 (ORV)
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି ।
ଗୀତସଂହିତା 118 : 8 (ORV)
ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ ।
ଗୀତସଂହିତା 118 : 9 (ORV)
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ ।
ଗୀତସଂହିତା 118 : 10 (ORV)
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି ।
ଗୀତସଂହିତା 118 : 11 (ORV)
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି ।
ଗୀତସଂହିତା 118 : 12 (ORV)
ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି;
ଗୀତସଂହିତା 118 : 13 (ORV)
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ ।
ଗୀତସଂହିତା 118 : 14 (ORV)
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି ।
ଗୀତସଂହିତା 118 : 15 (ORV)
ଧାର୍ମିକମାନଙ୍କ ତମ୍ଵୁରେ ଆନନ୍ଦ ଓ ପରିତ୍ରାଣର ଧ୍ଵନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ ।
ଗୀତସଂହିତା 118 : 16 (ORV)
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ ।
ଗୀତସଂହିତା 118 : 17 (ORV)
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି ।
ଗୀତସଂହିତା 118 : 18 (ORV)
ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି ।
ଗୀତସଂହିତା 118 : 19 (ORV)
ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି ।
ଗୀତସଂହିତା 118 : 20 (ORV)
ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ ।
ଗୀତସଂହିତା 118 : 21 (ORV)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି ।
ଗୀତସଂହିତା 118 : 22 (ORV)
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି ।
ଗୀତସଂହିତା 118 : 23 (ORV)
ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ ।
ଗୀତସଂହିତା 118 : 24 (ORV)
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା ।
ଗୀତସଂହିତା 118 : 25 (ORV)
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର ।
ଗୀତସଂହିତା 118 : 26 (ORV)
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ ।
ଗୀତସଂହିତା 118 : 27 (ORV)
ସଦାପ୍ରଭୁ ପରମେଶ୍ଵର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ଵାରା ବଳିକି ବାନ୍ଧ ।
ଗୀତସଂହିତା 118 : 28 (ORV)
ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି ।
ଗୀତସଂହିତା 118 : 29 (ORV)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: