ଗୀତସଂହିତା 122 : 1 (ORV)
ଆରୋହଣ ଗୀତ; ଦାଉଦଙ୍କ ରଚିତ । ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ, ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି ।
ଗୀତସଂହିତା 122 : 2 (ORV)
ହେ ଯିରୂଶାଲମ, ତୁମ୍ଭ ଦ୍ଵାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
ଗୀତସଂହିତା 122 : 3 (ORV)
ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
ଗୀତସଂହିତା 122 : 4 (ORV)
ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି ।
ଗୀତସଂହିତା 122 : 5 (ORV)
କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି ।
ଗୀତସଂହିତା 122 : 6 (ORV)
ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
ଗୀତସଂହିତା 122 : 7 (ORV)
ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ ।
ଗୀତସଂହିତା 122 : 8 (ORV)
ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ ।
ଗୀତସଂହିତା 122 : 9 (ORV)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି ।

1 2 3 4 5 6 7 8 9

BG:

Opacity:

Color:


Size:


Font: