ଗୀତସଂହିତା 132 : 1 (ORV)
ଆରୋହଣ-ଗୀତ । ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
ଗୀତସଂହିତା 132 : 2 (ORV)
ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
ଗୀତସଂହିତା 132 : 3 (ORV)
ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
ଗୀତସଂହିତା 132 : 4 (ORV)
ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ ।
ଗୀତସଂହିତା 132 : 5 (ORV)
ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ ।
ଗୀତସଂହିତା 132 : 6 (ORV)
ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ ।
ଗୀତସଂହିତା 132 : 7 (ORV)
ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା ।
ଗୀତସଂହିତା 132 : 8 (ORV)
ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର ।
ଗୀତସଂହିତା 132 : 9 (ORV)
ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ ।
ଗୀତସଂହିତା 132 : 10 (ORV)
ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ ।
ଗୀତସଂହିତା 132 : 11 (ORV)
ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ । ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା ।
ଗୀତସଂହିତା 132 : 12 (ORV)
ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ ।
ଗୀତସଂହିତା 132 : 13 (ORV)
କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି ।
ଗୀତସଂହିତା 132 : 14 (ORV)
ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ ।
ଗୀତସଂହିତା 132 : 15 (ORV)
ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା ।
ଗୀତସଂହିତା 132 : 16 (ORV)
ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ ।
ଗୀତସଂହିତା 132 : 17 (ORV)
ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ ।
ଗୀତସଂହିତା 132 : 18 (ORV)
ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: