ଗୀତସଂହିତା 136 : 1 (ORV)
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 2 (ORV)
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 3 (ORV)
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 4 (ORV)
ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 5 (ORV)
ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ)
ଗୀତସଂହିତା 136 : 6 (ORV)
ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 7 (ORV)
ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 8 (ORV)
ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 9 (ORV)
ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 10 (ORV)
ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 11 (ORV)
ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 12 (ORV)
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 13 (ORV)
ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 14 (ORV)
ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 15 (ORV)
ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 16 (ORV)
ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 17 (ORV)
ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 18 (ORV)
ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 19 (ORV)
ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 20 (ORV)
ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 21 (ORV)
ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 22 (ORV)
ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 23 (ORV)
ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 24 (ORV)
ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 25 (ORV)
ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 136 : 26 (ORV)
ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: