ଗୀତସଂହିତା 139 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ ।
ଗୀତସଂହିତା 139 : 2 (ORV)
ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ ।
ଗୀତସଂହିତା 139 : 3 (ORV)
ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ ।
ଗୀତସଂହିତା 139 : 4 (ORV)
କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ ।
ଗୀତସଂହିତା 139 : 5 (ORV)
ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ ।
ଗୀତସଂହିତା 139 : 6 (ORV)
ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ ।
ଗୀତସଂହିତା 139 : 7 (ORV)
ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
ଗୀତସଂହିତା 139 : 8 (ORV)
ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ । ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
ଗୀତସଂହିତା 139 : 9 (ORV)
ଯେବେ ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରା; ସୀମାରେ ବାସ କରେ;
ଗୀତସଂହିତା 139 : 10 (ORV)
ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ ।
ଗୀତସଂହିତା 139 : 11 (ORV)
ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ;
ଗୀତସଂହିତା 139 : 12 (ORV)
ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ ।
ଗୀତସଂହିତା 139 : 13 (ORV)
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ ।
ଗୀତସଂହିତା 139 : 14 (ORV)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ ।
ଗୀତସଂହିତା 139 : 15 (ORV)
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା ।
ଗୀତସଂହିତା 139 : 16 (ORV)
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା ।
ଗୀତସଂହିତା 139 : 17 (ORV)
ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
ଗୀତସଂହିତା 139 : 18 (ORV)
ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ ।
ଗୀତସଂହିତା 139 : 19 (ORV)
ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ ।
ଗୀତସଂହିତା 139 : 20 (ORV)
କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି ।
ଗୀତସଂହିତା 139 : 21 (ORV)
ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
ଗୀତସଂହିତା 139 : 22 (ORV)
ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ ।
ଗୀତସଂହିତା 139 : 23 (ORV)
ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ;
ଗୀତସଂହିତା 139 : 24 (ORV)
ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: