ଗୀତସଂହିତା 144 : 1 (ORV)
ଦାଉଦଙ୍କର ଗୀତ । ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି ।
ଗୀତସଂହିତା 144 : 2 (ORV)
ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ମୋʼ ଲୋକମାନଙ୍କୁ ମୋʼ ପଦତଳେ ବଶୀଭୂତ କରନ୍ତି ।
ଗୀତସଂହିତା 144 : 3 (ORV)
ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
ଗୀତସଂହିତା 144 : 4 (ORV)
ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ ।
ଗୀତସଂହିତା 144 : 5 (ORV)
ହେ ସଦାପ୍ରଭୋ, ଆପଣା ଗଗନମଣ୍ତଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ ।
ଗୀତସଂହିତା 144 : 6 (ORV)
ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର ।
ଗୀତସଂହିତା 144 : 7 (ORV)
ଊର୍ଦ୍ଧ୍ଵରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
ଗୀତସଂହିତା 144 : 8 (ORV)
ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
ଗୀତସଂହିତା 144 : 9 (ORV)
ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି ।
ଗୀତସଂହିତା 144 : 10 (ORV)
ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ଼୍‍ଗରୁ ରକ୍ଷା କରନ୍ତି ।
ଗୀତସଂହିତା 144 : 11 (ORV)
ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
ଗୀତସଂହିତା 144 : 12 (ORV)
ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନା-ବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
ଗୀତସଂହିତା 144 : 13 (ORV)
ଆମ୍ଭମାନଙ୍କ ଭଣ୍ତାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
ଗୀତସଂହିତା 144 : 14 (ORV)
ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
ଗୀତସଂହିତା 144 : 15 (ORV)
ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟଣ!

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: