ଗୀତସଂହିତା 148 : 1 (ORV)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ଆକାଶମଣ୍ତଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ଵସ୍ଥାନରେ ତାହାଙ୍କର ପ୍ରଶଂସା କର ।
ଗୀତସଂହିତା 148 : 2 (ORV)
ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
ଗୀତସଂହିତା 148 : 3 (ORV)
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
ଗୀତସଂହିତା 148 : 4 (ORV)
ହେ ସ୍ଵର୍ଗର ସ୍ଵର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
ଗୀତସଂହିତା 148 : 5 (ORV)
ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ ।
ଗୀତସଂହିତା 148 : 6 (ORV)
ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ ।
ଗୀତସଂହିତା 148 : 7 (ORV)
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
ଗୀତସଂହିତା 148 : 8 (ORV)
ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ତ ବାୟୁ;
ଗୀତସଂହିତା 148 : 9 (ORV)
ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
ଗୀତସଂହିତା 148 : 10 (ORV)
ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
ଗୀତସଂହିତା 148 : 11 (ORV)
ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା ।
ଗୀତସଂହିତା 148 : 12 (ORV)
ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
ଗୀତସଂହିତା 148 : 13 (ORV)
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;
ଗୀତସଂହିତା 148 : 14 (ORV)
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

1 2 3 4 5 6 7 8 9 10 11 12 13 14

BG:

Opacity:

Color:


Size:


Font: