ଗୀତସଂହିତା 17 : 1 (ORV)
ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ।
ଗୀତସଂହିତା 17 : 2 (ORV)
ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ ।
ଗୀତସଂହିତା 17 : 3 (ORV)
ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି ।
ଗୀତସଂହିତା 17 : 4 (ORV)
ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ଵାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି ।
ଗୀତସଂହିତା 17 : 5 (ORV)
ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ ।
ଗୀତସଂହିତା 17 : 6 (ORV)
ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ଵର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋର କଥା ଶୁଣ ।
ଗୀତସଂହିତା 17 : 7 (ORV)
ଆହେ ସ୍ଵଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ଵଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର ।
ଗୀତସଂହିତା 17 : 8 (ORV)
ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
ଗୀତସଂହିତା 17 : 9 (ORV)
ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ ।
ଗୀତସଂହିତା 17 : 10 (ORV)
ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି ।
ଗୀତସଂହିତା 17 : 11 (ORV)
ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି ।
ଗୀତସଂହିତା 17 : 12 (ORV)
ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ ।
ଗୀତସଂହିତା 17 : 13 (ORV)
ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍‍ଗ ଦ୍ଵାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
ଗୀତସଂହିତା 17 : 14 (ORV)
ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ଵାରା ଲୋକମାନଙ୍କ-ଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି ।
ଗୀତସଂହିତା 17 : 15 (ORV)
ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି ।

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: