ଗୀତସଂହିତା 18 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ଵରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରୁଥାଏ ।
ଗୀତସଂହିତା 18 : 2 (ORV)
ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ଵର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ।
ଗୀତସଂହିତା 18 : 3 (ORV)
ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି ।
ଗୀତସଂହିତା 18 : 4 (ORV)
ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା ।
ଗୀତସଂହିତା 18 : 5 (ORV)
ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ପାଶ ମୋʼ ଉପରେ ପଡ଼ିଲା ।
ଗୀତସଂହିତା 18 : 6 (ORV)
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ଵରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା ।
ଗୀତସଂହିତା 18 : 7 (ORV)
ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା ।
ଗୀତସଂହିତା 18 : 8 (ORV)
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା ।
ଗୀତସଂହିତା 18 : 9 (ORV)
ସେ ଆକାଶମଣ୍ତଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା ।
ଗୀତସଂହିତା 18 : 10 (ORV)
ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ ।
ଗୀତସଂହିତା 18 : 11 (ORV)
ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ ।
ଗୀତସଂହିତା 18 : 12 (ORV)
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ନିର୍ଗତ କଲା ।
ଗୀତସଂହିତା 18 : 13 (ORV)
ସଦାପ୍ରଭୁ ମଧ୍ୟ ଆକାଶମଣ୍ତଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; (ତାହା) ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ।
ଗୀତସଂହିତା 18 : 14 (ORV)
ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ ।
ଗୀତସଂହିତା 18 : 15 (ORV)
ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ଵାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା ।
ଗୀତସଂହିତା 18 : 16 (ORV)
ସେ ଊର୍ଦ୍ଧ୍ଵରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
ଗୀତସଂହିତା 18 : 17 (ORV)
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରା; ଥିଲେ ।
ଗୀତସଂହିତା 18 : 18 (ORV)
ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋହର ଅବଲମ୍ଵନ ହେଲେ ।
ଗୀତସଂହିତା 18 : 19 (ORV)
ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ ।
ଗୀତସଂହିତା 18 : 20 (ORV)
ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ ।
ଗୀତସଂହିତା 18 : 21 (ORV)
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ଵରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ ।
ଗୀତସଂହିତା 18 : 22 (ORV)
ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ ।
ଗୀତସଂହିତା 18 : 23 (ORV)
ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି ।
ଗୀତସଂହିତା 18 : 24 (ORV)
ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି ।
ଗୀତସଂହିତା 18 : 25 (ORV)
ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
ଗୀତସଂହିତା 18 : 26 (ORV)
ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ । ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
ଗୀତସଂହିତା 18 : 27 (ORV)
କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ ।
ଗୀତସଂହିତା 18 : 28 (ORV)
ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ଵଳାଇବ; ସଦାପ୍ରଭୁ ମୋʼ ପରମେଶ୍ଵର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ ।
ଗୀତସଂହିତା 18 : 29 (ORV)
କାରଣ ତୁମ୍ଭ ଦ୍ଵାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ଵରଙ୍କ ଦ୍ଵାରା ମୁଁ ପ୍ରାଚୀର ଡିଏଁ ।
ଗୀତସଂହିତା 18 : 30 (ORV)
ପରମେଶ୍ଵରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ ।
ଗୀତସଂହିତା 18 : 31 (ORV)
କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ଵର କିଏ? ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଶୈଳ କିଏ?
ଗୀତସଂହିତା 18 : 32 (ORV)
ସେହି ପରମେଶ୍ଵର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି ।
ଗୀତସଂହିତା 18 : 33 (ORV)
ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି ।
ଗୀତସଂହିତା 18 : 34 (ORV)
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ ।
ଗୀତସଂହିତା 18 : 35 (ORV)
ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି ।
ଗୀତସଂହିତା 18 : 36 (ORV)
ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ ।
ଗୀତସଂହିତା 18 : 37 (ORV)
ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବାଯାଏ ମୁଁ ଫେରି ଆସିବି ନାହିଁ ।
ଗୀତସଂହିତା 18 : 38 (ORV)
ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ ।
ଗୀତସଂହିତା 18 : 39 (ORV)
କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ ।
ଗୀତସଂହିତା 18 : 40 (ORV)
ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି ।
ଗୀତସଂହିତା 18 : 41 (ORV)
ସେମାନେ ଡାକ ପକାଇଲେ, ମାତ୍ର ତ୍ରାଣ କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ ।
ଗୀତସଂହିତା 18 : 42 (ORV)
ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି ।
ଗୀତସଂହିତା 18 : 43 (ORV)
ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ଵରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ ।
ଗୀତସଂହିତା 18 : 44 (ORV)
ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ ।
ଗୀତସଂହିତା 18 : 45 (ORV)
ବିଦେଶୀମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ ।
ଗୀତସଂହିତା 18 : 46 (ORV)
ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ ।
ଗୀତସଂହିତା 18 : 47 (ORV)
ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି ।
ଗୀତସଂହିତା 18 : 48 (ORV)
ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ ।
ଗୀତସଂହିତା 18 : 49 (ORV)
ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି ।
ଗୀତସଂହିତା 18 : 50 (ORV)
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50

BG:

Opacity:

Color:


Size:


Font: