ଗୀତସଂହିତା 21 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!
ଗୀତସଂହିତା 21 : 2 (ORV)
ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ଓଷ୍ଠାଧରର ନିବେଦନ ଅସ୍ଵୀକାର କରି ନାହଁ । [ସେଲା
ଗୀତସଂହିତା 21 : 3 (ORV)
କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ ।
ଗୀତସଂହିତା 21 : 4 (ORV)
ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ ।
ଗୀତସଂହିତା 21 : 5 (ORV)
ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
ଗୀତସଂହିତା 21 : 6 (ORV)
କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ ।
ଗୀତସଂହିତା 21 : 7 (ORV)
କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ ।
ଗୀତସଂହିତା 21 : 8 (ORV)
ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ ।
ଗୀତସଂହିତା 21 : 9 (ORV)
ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ଵଳିତ ଭାଟୀ ତୁଲ୍ୟ କରିବ । ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁଗ୍ରାସ କରିବେ, ପୁଣି ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ ।
ଗୀତସଂହିତା 21 : 10 (ORV)
ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ ।
ଗୀତସଂହିତା 21 : 11 (ORV)
କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ ।
ଗୀତସଂହିତା 21 : 12 (ORV)
ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ ।
ଗୀତସଂହିତା 21 : 13 (ORV)
ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: