ଗୀତସଂହିତା 22 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍-ହସଶହର (ଅଋଣର ମୃଗୀ) ସ୍ଵରରେ ଦାଉଦଙ୍କର ଗୀତ । ହେ ମୋହର ପରମେଶ୍ଵର, ହେ ମୋହର ପରମେଶ୍ଵର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?
ଗୀତସଂହିତା 22 : 2 (ORV)
ହେ ମୋହର ପରମେଶ୍ଵର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି ନୀରବ ନ ରହେ ।
ଗୀତସଂହିତା 22 : 3 (ORV)
ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ ।
ଗୀତସଂହିତା 22 : 4 (ORV)
ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ ।
ଗୀତସଂହିତା 22 : 5 (ORV)
ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ଵାସ କଲେ, ଆଉ ଲଜ୍ଜିତ ନୋହିଲେ ।
ଗୀତସଂହିତା 22 : 6 (ORV)
ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ ।
ଗୀତସଂହିତା 22 : 7 (ORV)
ମୋତେ ଦେଖିବା ଲୋକସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ଵାଇ, ମସ୍ତକ ହଲାଇ କହନ୍ତି,
ଗୀତସଂହିତା 22 : 8 (ORV)
ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ ।
ଗୀତସଂହିତା 22 : 9 (ORV)
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ଵାସ ଜନ୍ମାଇଅଛ ।
ଗୀତସଂହିତା 22 : 10 (ORV)
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ଵର ଅଟ ।
ଗୀତସଂହିତା 22 : 11 (ORV)
ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ ।
ଗୀତସଂହିତା 22 : 12 (ORV)
ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି ।
ଗୀତସଂହିତା 22 : 13 (ORV)
ସେମାନେ ଗ୍ରାସେଚ୍ଛୁ ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି ।
ଗୀତସଂହିତା 22 : 14 (ORV)
ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି । ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ ।
ଗୀତସଂହିତା 22 : 15 (ORV)
ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ଵା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳିକି ଆଣିଅଛ ।
ଗୀତସଂହିତା 22 : 16 (ORV)
କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ତଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି ।
ଗୀତସଂହିତା 22 : 17 (ORV)
ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି ।
ଗୀତସଂହିତା 22 : 18 (ORV)
ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି ।
ଗୀତସଂହିତା 22 : 19 (ORV)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ଵର ହୁଅ ।
ଗୀତସଂହିତା 22 : 20 (ORV)
ଖଡ଼୍‍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର (ଆତ୍ମାକୁ) ଉଦ୍ଧାର କର ।
ଗୀତସଂହିତା 22 : 21 (ORV)
ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ ।
ଗୀତସଂହିତା 22 : 22 (ORV)
ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି ।
ଗୀତସଂହିତା 22 : 23 (ORV)
ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ ।
ଗୀତସଂହିତା 22 : 24 (ORV)
କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି । କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ ।
ଗୀତସଂହିତା 22 : 25 (ORV)
ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି ।
ଗୀତସଂହିତା 22 : 26 (ORV)
ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ ।
ଗୀତସଂହିତା 22 : 27 (ORV)
ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ ।
ଗୀତସଂହିତା 22 : 28 (ORV)
କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି ।
ଗୀତସଂହିତା 22 : 29 (ORV)
ପୃଥିବୀସ୍ଥ ପୁଷ୍ଟ ଲୋକସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ ।
ଗୀତସଂହିତା 22 : 30 (ORV)
ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ ।
ଗୀତସଂହିତା 22 : 31 (ORV)
ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: