ଗୀତସଂହିତା 27 : 1 (ORV)
ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
ଗୀତସଂହିତା 27 : 2 (ORV)
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ ।
ଗୀତସଂହିତା 27 : 3 (ORV)
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି ।
ଗୀତସଂହିତା 27 : 4 (ORV)
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି ।
ଗୀତସଂହିତା 27 : 5 (ORV)
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ ।
ଗୀତସଂହିତା 27 : 6 (ORV)
ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
ଗୀତସଂହିତା 27 : 7 (ORV)
ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ ।
ଗୀତସଂହିତା 27 : 8 (ORV)
(ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି ।
ଗୀତସଂହିତା 27 : 9 (ORV)
ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ ।
ଗୀତସଂହିତା 27 : 10 (ORV)
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ ।
ଗୀତସଂହିତା 27 : 11 (ORV)
ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ ।
ଗୀତସଂହିତା 27 : 12 (ORV)
ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି ।
ଗୀତସଂହିତା 27 : 13 (ORV)
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ଵାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି ।
ଗୀତସଂହିତା 27 : 14 (ORV)
ସଦାପ୍ରଭୁଙ୍କର ଅନୁସରଣ କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର ।

1 2 3 4 5 6 7 8 9 10 11 12 13 14

BG:

Opacity:

Color:


Size:


Font: