ଗୀତସଂହିତା 37 : 1 (ORV)
ଦାଉଦଙ୍କର ଗୀତ । ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ ।
ଗୀତସଂହିତା 37 : 2 (ORV)
କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ ।
ଗୀତସଂହିତା 37 : 3 (ORV)
ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ ।
ଗୀତସଂହିତା 37 : 4 (ORV)
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ ।
ଗୀତସଂହିତା 37 : 5 (ORV)
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ ।
ଗୀତସଂହିତା 37 : 6 (ORV)
ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ ।
ଗୀତସଂହିତା 37 : 7 (ORV)
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ ।
ଗୀତସଂହିତା 37 : 8 (ORV)
କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ ।
ଗୀତସଂହିତା 37 : 9 (ORV)
କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ ।
ଗୀତସଂହିତା 37 : 10 (ORV)
ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯନିପୂର୍ବକ ତାହାର ସ୍ଥାନ ତତ୍ତ୍ଵ କରିବ, ଆଉ ସେ ନ ଥିବ ।
ଗୀତସଂହିତା 37 : 11 (ORV)
ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ ।
ଗୀତସଂହିତା 37 : 12 (ORV)
ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦ; କଡ଼ମଡ଼ କରେ ।
ଗୀତସଂହିତା 37 : 13 (ORV)
ପ୍ରଭୁ ତାହାକୁ ଉପହାସ କରିବେ । କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି ।
ଗୀତସଂହିତା 37 : 14 (ORV)
ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି ।
ଗୀତସଂହିତା 37 : 15 (ORV)
ସେମାନଙ୍କ ଖଡ଼୍‍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ ।
ଗୀତସଂହିତା 37 : 16 (ORV)
ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ ।
ଗୀତସଂହିତା 37 : 17 (ORV)
କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ ।
ଗୀତସଂହିତା 37 : 18 (ORV)
ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ ।
ଗୀତସଂହିତା 37 : 19 (ORV)
ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ ।
ଗୀତସଂହିତା 37 : 20 (ORV)
ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ ।
ଗୀତସଂହିତା 37 : 21 (ORV)
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ । ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ ।
ଗୀତସଂହିତା 37 : 22 (ORV)
କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
ଗୀତସଂହିତା 37 : 23 (ORV)
ସଦାପ୍ରଭୁଙ୍କ ଦ୍ଵାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି ।
ଗୀତସଂହିତା 37 : 24 (ORV)
ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ଵହସ୍ତରେ ତାହାକୁ ଧରି ରଖନ୍ତି ।
ଗୀତସଂହିତା 37 : 25 (ORV)
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ ।
ଗୀତସଂହିତା 37 : 26 (ORV)
ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି ।
ଗୀତସଂହିତା 37 : 27 (ORV)
ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ପୁଣି, ଅନନ୍ତକାଳ ବାସ କର ।
ଗୀତସଂହିତା 37 : 28 (ORV)
କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ ।
ଗୀତସଂହିତା 37 : 29 (ORV)
ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ ।
ଗୀତସଂହିତା 37 : 30 (ORV)
ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ଵା ନ୍ୟାୟ ବିଚାରର କଥା କହେ ।
ଗୀତସଂହିତା 37 : 31 (ORV)
ତାହାର ପରମେଶ୍ଵରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ ।
ଗୀତସଂହିତା 37 : 32 (ORV)
ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ ।
ଗୀତସଂହିତା 37 : 33 (ORV)
ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ ।
ଗୀତସଂହିତା 37 : 34 (ORV)
ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ ।
ଗୀତସଂହିତା 37 : 35 (ORV)
ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି ।
ଗୀତସଂହିତା 37 : 36 (ORV)
ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ଵେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ ।
ଗୀତସଂହିତା 37 : 37 (ORV)
ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି ।
ଗୀତସଂହିତା 37 : 38 (ORV)
ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ ।
ଗୀତସଂହିତା 37 : 39 (ORV)
ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି ।
ଗୀତସଂହିତା 37 : 40 (ORV)
ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40

BG:

Opacity:

Color:


Size:


Font: