ଗୀତସଂହିତା 42 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ) । ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ ।
ଗୀତସଂହିତା 42 : 2 (ORV)
ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି?
ଗୀତସଂହିତା 42 : 3 (ORV)
ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
ଗୀତସଂହିତା 42 : 4 (ORV)
ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
ଗୀତସଂହିତା 42 : 5 (ORV)
ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି ।
ଗୀତସଂହିତା 42 : 6 (ORV)
ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି ।
ଗୀତସଂହିତା 42 : 7 (ORV)
ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି ।
ଗୀତସଂହିତା 42 : 8 (ORV)
ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ ।
ଗୀତସଂହିତା 42 : 9 (ORV)
ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?
ଗୀତସଂହିତା 42 : 10 (ORV)
ମୋʼ ଅସ୍ଥିରେ ଖଡ଼୍‍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
ଗୀତସଂହିତା 42 : 11 (ORV)
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି ।

1 2 3 4 5 6 7 8 9 10 11

BG:

Opacity:

Color:


Size:


Font: