ଗୀତସଂହିତା 44 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି ।
ଗୀତସଂହିତା 44 : 2 (ORV)
ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ଵହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ ।
ଗୀତସଂହିତା 44 : 3 (ORV)
କାରଣ ସେମାନେ ନିଜ ଖଡ଼୍‍ଗ ଦ୍ଵାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ ଓ ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା ।
ଗୀତସଂହିତା 44 : 4 (ORV)
ହେ ପରମେଶ୍ଵର, ତୁମ୍ଭେ ମୋହର ରାଜା; ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ହେଉ ।
ଗୀତସଂହିତା 44 : 5 (ORV)
ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା ।
ଗୀତସଂହିତା 44 : 6 (ORV)
ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ଼୍‍ଗ ମୋତେ ଉଦ୍ଧାର କରିବ ନାହିଁ ।
ଗୀତସଂହିତା 44 : 7 (ORV)
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ ।
ଗୀତସଂହିତା 44 : 8 (ORV)
ଆମ୍ଭେମାନେ ଦିନଯାକ ପରମେଶ୍ଵରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା । [ସେଲା
ଗୀତସଂହିତା 44 : 9 (ORV)
ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ ।
ଗୀତସଂହିତା 44 : 10 (ORV)
ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି ।
ଗୀତସଂହିତା 44 : 11 (ORV)
ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ ।
ଗୀତସଂହିତା 44 : 12 (ORV)
ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ ।
ଗୀତସଂହିତା 44 : 13 (ORV)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ ।
ଗୀତସଂହିତା 44 : 14 (ORV)
ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ତହଲାର କାରଣ କରିଅଛ ।
ଗୀତସଂହିତା 44 : 15 (ORV)
ତିରସ୍କାରକାରୀର ଓ ନିନ୍ଦକର ସ୍ଵର ସକାଶୁ, ପୁଣି ଶତ୍ରୁ ଓ ପ୍ରତିହିଂସକ ସକାଶୁ,
ଗୀତସଂହିତା 44 : 16 (ORV)
ଦିନଯାକ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି ।
ଗୀତସଂହିତା 44 : 17 (ORV)
ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ ।
ଗୀତସଂହିତା 44 : 18 (ORV)
ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି
ଗୀତସଂହିତା 44 : 19 (ORV)
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇନାହିଁ ।
ଗୀତସଂହିତା 44 : 20 (ORV)
ଯେବେ ଆମ୍ଭେମାନେ ଆପଣା ପରମେଶ୍ଵରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
ଗୀତସଂହିତା 44 : 21 (ORV)
ତେବେ ପରମେଶ୍ଵର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି ।
ଗୀତସଂହିତା 44 : 22 (ORV)
ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ ।
ଗୀତସଂହିତା 44 : 23 (ORV)
ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ ।
ଗୀତସଂହିତା 44 : 24 (ORV)
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?
ଗୀତସଂହିତା 44 : 25 (ORV)
କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି ।
ଗୀତସଂହିତା 44 : 26 (ORV)
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: