ଗୀତସଂହିତା 48 : 1 (ORV)
ଗୀତ: କୋରହ-ସନ୍ତାନମାନଙ୍କର ଗୀତ । ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ ।
ଗୀତସଂହିତା 48 : 2 (ORV)
ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର ।
ଗୀତସଂହିତା 48 : 3 (ORV)
ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି ।
ଗୀତସଂହିତା 48 : 4 (ORV)
କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ ।
ଗୀତସଂହିତା 48 : 5 (ORV)
ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
ଗୀତସଂହିତା 48 : 6 (ORV)
ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ ।
ଗୀତସଂହିତା 48 : 7 (ORV)
ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ ।
ଗୀତସଂହିତା 48 : 8 (ORV)
ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ । [ସେଲା
ଗୀତସଂହିତା 48 : 9 (ORV)
ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ ।
ଗୀତସଂହିତା 48 : 10 (ORV)
ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ ।
ଗୀତସଂହିତା 48 : 11 (ORV)
ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ ।
ଗୀତସଂହିତା 48 : 12 (ORV)
ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର ।
ଗୀତସଂହିତା 48 : 13 (ORV)
ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର ।
ଗୀତସଂହିତା 48 : 14 (ORV)
କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ ।

1 2 3 4 5 6 7 8 9 10 11 12 13 14

BG:

Opacity:

Color:


Size:


Font: