ଗୀତସଂହିତା 62 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ । ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ ।
ଗୀତସଂହିତା 62 : 2 (ORV)
କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି ।
ଗୀତସଂହିତା 62 : 3 (ORV)
ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
ଗୀତସଂହିତା 62 : 4 (ORV)
ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି । [ସେଲା
ଗୀତସଂହିତା 62 : 5 (ORV)
ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ ।
ଗୀତସଂହିତା 62 : 6 (ORV)
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି ।
ଗୀତସଂହିତା 62 : 7 (ORV)
ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି ।
ଗୀତସଂହିତା 62 : 8 (ORV)
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ । [ସେଲା
ଗୀତସଂହିତା 62 : 9 (ORV)
ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ ।
ଗୀତସଂହିତା 62 : 10 (ORV)
ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ ।
ଗୀତସଂହିତା 62 : 11 (ORV)
ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ ।
ଗୀତସଂହିତା 62 : 12 (ORV)
ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ ।

1 2 3 4 5 6 7 8 9 10 11 12

BG:

Opacity:

Color:


Size:


Font: