ଗୀତସଂହିତା 69 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି ।
ଗୀତସଂହିତା 69 : 2 (ORV)
ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି ।
ଗୀତସଂହିତା 69 : 3 (ORV)
ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ ।
ଗୀତସଂହିତା 69 : 4 (ORV)
ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି ।
ଗୀତସଂହିତା 69 : 5 (ORV)
ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ ।
ଗୀତସଂହିତା 69 : 6 (ORV)
ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ ।
ଗୀତସଂହିତା 69 : 7 (ORV)
କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି । ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି ।
ଗୀତସଂହିତା 69 : 8 (ORV)
ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି ।
ଗୀତସଂହିତା 69 : 9 (ORV)
କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି ।
ଗୀତସଂହିତା 69 : 10 (ORV)
ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା ।
ଗୀତସଂହିତା 69 : 11 (ORV)
ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି ।
ଗୀତସଂହିତା 69 : 12 (ORV)
ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି ।
ଗୀତସଂହିତା 69 : 13 (ORV)
ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ ।
ଗୀତସଂହିତା 69 : 14 (ORV)
ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ ।
ଗୀତସଂହିତା 69 : 15 (ORV)
ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ ।
ଗୀତସଂହିତା 69 : 16 (ORV)
ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର ।
ଗୀତସଂହିତା 69 : 17 (ORV)
ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ ।
ଗୀତସଂହିତା 69 : 18 (ORV)
ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର ।
ଗୀତସଂହିତା 69 : 19 (ORV)
ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି ।
ଗୀତସଂହିତା 69 : 20 (ORV)
ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ ।
ଗୀତସଂହିତା 69 : 21 (ORV)
ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ ।
ଗୀତସଂହିତା 69 : 22 (ORV)
ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ ।
ଗୀତସଂହିତା 69 : 23 (ORV)
ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର ।
ଗୀତସଂହିତା 69 : 24 (ORV)
ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ ।
ଗୀତସଂହିତା 69 : 25 (ORV)
ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ ।
ଗୀତସଂହିତା 69 : 26 (ORV)
କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି ।
ଗୀତସଂହିତା 69 : 27 (ORV)
ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
ଗୀତସଂହିତା 69 : 28 (ORV)
ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ ।
ଗୀତସଂହିତା 69 : 29 (ORV)
ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ ।
ଗୀତସଂହିତା 69 : 30 (ORV)
ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି ।
ଗୀତସଂହିତା 69 : 31 (ORV)
ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ ।
ଗୀତସଂହିତା 69 : 32 (ORV)
ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ ।
ଗୀତସଂହିତା 69 : 33 (ORV)
କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ ।
ଗୀତସଂହିତା 69 : 34 (ORV)
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
ଗୀତସଂହିତା 69 : 35 (ORV)
କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ ।
ଗୀତସଂହିତା 69 : 36 (ORV)
ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36

BG:

Opacity:

Color:


Size:


Font: