ଗୀତସଂହିତା 72 : 1 (ORV)
ଶଲୋମନଙ୍କର ଗୀତ । ହେ ପରମେଶ୍ଵର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର ।
ଗୀତସଂହିତା 72 : 2 (ORV)
ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ ।
ଗୀତସଂହିତା 72 : 3 (ORV)
ଧର୍ମ ଦ୍ଵାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ ।
ଗୀତସଂହିତା 72 : 4 (ORV)
ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକି ଚୂର୍ଣ୍ଣ କରିବେ ।
ଗୀତସଂହିତା 72 : 5 (ORV)
ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ ।
ଗୀତସଂହିତା 72 : 6 (ORV)
କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ ।
ଗୀତସଂହିତା 72 : 7 (ORV)
ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ ।
ଗୀତସଂହିତା 72 : 8 (ORV)
ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରିବେ ।
ଗୀତସଂହିତା 72 : 9 (ORV)
ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ ।
ଗୀତସଂହିତା 72 : 10 (ORV)
ତର୍ଶୀଶର ଓ ଦ୍ଵୀପସମୂହର ରାଜଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜଗଣ ଭେଟୀ ଦାନ କରିବେ ।
ଗୀତସଂହିତା 72 : 11 (ORV)
ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ ।
ଗୀତସଂହିତା 72 : 12 (ORV)
କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
ଗୀତସଂହିତା 72 : 13 (ORV)
ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ ।
ଗୀତସଂହିତା 72 : 14 (ORV)
ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ରକ୍ତ ବହୁମୂଲ୍ୟ ହେବ ।
ଗୀତସଂହିତା 72 : 15 (ORV)
ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ । ସେମାନେ ଦିନଯାକ ତାହାଙ୍କର ଧନ୍ୟବାଦ କରିବେ ।
ଗୀତସଂହିତା 72 : 16 (ORV)
ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ୍ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ ।
ଗୀତସଂହିତା 72 : 17 (ORV)
ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ ।
ଗୀତସଂହିତା 72 : 18 (ORV)
ସଦାପ୍ରଭୁ ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ,
ଗୀତସଂହିତା 72 : 19 (ORV)
ପୁଣି, ତାହାଙ୍କର ଗୌରବାନ୍ଵିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ । ଆମେନ୍, ଆମେନ୍ ।
ଗୀତସଂହିତା 72 : 20 (ORV)
ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: