ଗୀତସଂହିତା 74 : 1 (ORV)
ଆସଫର ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
ଗୀତସଂହିତା 74 : 2 (ORV)
ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର ।
ଗୀତସଂହିତା 74 : 3 (ORV)
ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି ।
ଗୀତସଂହିତା 74 : 4 (ORV)
ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି ।
ଗୀତସଂହିତା 74 : 5 (ORV)
ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ ।
ଗୀତସଂହିତା 74 : 6 (ORV)
ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ଵାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି ।
ଗୀତସଂହିତା 74 : 7 (ORV)
ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି ।
ଗୀତସଂହିତା 74 : 8 (ORV)
ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି ।
ଗୀତସଂହିତା 74 : 9 (ORV)
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ ।
ଗୀତସଂହିତା 74 : 10 (ORV)
ହେ ପରମେଶ୍ଵର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
ଗୀତସଂହିତା 74 : 11 (ORV)
ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର ।
ଗୀତସଂହିତା 74 : 12 (ORV)
ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି ।
ଗୀତସଂହିତା 74 : 13 (ORV)
ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
ଗୀତସଂହିତା 74 : 14 (ORV)
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ ।
ଗୀତସଂହିତା 74 : 15 (ORV)
ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ ।
ଗୀତସଂହିତା 74 : 16 (ORV)
ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ ।
ଗୀତସଂହିତା 74 : 17 (ORV)
ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ ।
ଗୀତସଂହିତା 74 : 18 (ORV)
ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର ।
ଗୀତସଂହିତା 74 : 19 (ORV)
ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ ।
ଗୀତସଂହିତା 74 : 20 (ORV)
ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ ।
ଗୀତସଂହିତା 74 : 21 (ORV)
ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉଣ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ ।
ଗୀତସଂହିତା 74 : 22 (ORV)
ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର ।
ଗୀତସଂହିତା 74 : 23 (ORV)
ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: