ଗୀତସଂହିତା 79 : 1 (ORV)
ଆସଫର ଗୀତ । ହେ ପରମେଶ୍ଵର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି ।
ଗୀତସଂହିତା 79 : 2 (ORV)
ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି ।
ଗୀତସଂହିତା 79 : 3 (ORV)
ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା ।
ଗୀତସଂହିତା 79 : 4 (ORV)
ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ ।
ଗୀତସଂହିତା 79 : 5 (ORV)
ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ଵାଳା କି ଅଗ୍ନି ପରି ଜ୍ଵଳିବ?
ଗୀତସଂହିତା 79 : 6 (ORV)
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ ।
ଗୀତସଂହିତା 79 : 7 (ORV)
କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି ।
ଗୀତସଂହିତା 79 : 8 (ORV)
ଆମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ । କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ ।
ଗୀତସଂହିତା 79 : 9 (ORV)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର ।
ଗୀତସଂହିତା 79 : 10 (ORV)
ଅନ୍ୟ ଦେଶୀୟମାନେ କିହେତୁ କହିବେ, ସେମାନଙ୍କର ପରମେଶ୍ଵର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ ।
ଗୀତସଂହିତା 79 : 11 (ORV)
ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ଵାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର ।
ଗୀତସଂହିତା 79 : 12 (ORV)
ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ ।
ଗୀତସଂହିତା 79 : 13 (ORV)
ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ପୁରୁଷପରମ୍ପରା ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: