ଗୀତସଂହିତା 80 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ଵରରେ ଆସଫର ଗୀତ । ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ ।
ଗୀତସଂହିତା 80 : 2 (ORV)
ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର ।
ଗୀତସଂହିତା 80 : 3 (ORV)
ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
ଗୀତସଂହିତା 80 : 4 (ORV)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
ଗୀତସଂହିତା 80 : 5 (ORV)
ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ ।
ଗୀତସଂହିତା 80 : 6 (ORV)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି ।
ଗୀତସଂହିତା 80 : 7 (ORV)
ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
ଗୀତସଂହିତା 80 : 8 (ORV)
ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ ।
ଗୀତସଂହିତା 80 : 9 (ORV)
ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶଯାକ ବ୍ୟାପିଗଲା ।
ଗୀତସଂହିତା 80 : 10 (ORV)
ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ଵରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ ।
ଗୀତସଂହିତା 80 : 11 (ORV)
ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା ।
ଗୀତସଂହିତା 80 : 12 (ORV)
କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ତାଇ ପକାଉ ଅଛନ୍ତି?
ଗୀତସଂହିତା 80 : 13 (ORV)
ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି ।
ଗୀତସଂହିତା 80 : 14 (ORV)
ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ଵର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର ଯିଶା. ୬୩:୧୫
ଗୀତସଂହିତା 80 : 15 (ORV)
ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ଵାରା ସ୍ଥାପିତ ଗଣ୍ତିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ଵ ନିଅ ।
ଗୀତସଂହିତା 80 : 16 (ORV)
ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି ।
ଗୀତସଂହିତା 80 : 17 (ORV)
ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ ।
ଗୀତସଂହିତା 80 : 18 (ORV)
ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା ।
ଗୀତସଂହିତା 80 : 19 (ORV)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।

1 2 3 4 5 6 7 8 9 10 11 12 13 14 15 16 17 18 19

BG:

Opacity:

Color:


Size:


Font: