ଗୀତସଂହିତା 90 : 1 (ORV)
ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା । ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ ।
ଗୀତସଂହିତା 90 : 2 (ORV)
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ ।
ଗୀତସଂହିତା 90 : 3 (ORV)
ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ । ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର ।
ଗୀତସଂହିତା 90 : 4 (ORV)
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ ।
ଗୀତସଂହିତା 90 : 5 (ORV)
ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ଵପ୍ନ ତୁଲ୍ୟ । ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ ।
ଗୀତସଂହିତା 90 : 6 (ORV)
ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ ।
ଗୀତସଂହିତା 90 : 7 (ORV)
କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ ।
ଗୀତସଂହିତା 90 : 8 (ORV)
ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ ।
ଗୀତସଂହିତା 90 : 9 (ORV)
କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ ।
ଗୀତସଂହିତା 90 : 10 (ORV)
ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ।
ଗୀତସଂହିତା 90 : 11 (ORV)
ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?
ଗୀତସଂହିତା 90 : 12 (ORV)
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ ।
ଗୀତସଂହିତା 90 : 13 (ORV)
ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ ।
ଗୀତସଂହିତା 90 : 14 (ORV)
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା ।
ଗୀତସଂହିତା 90 : 15 (ORV)
ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର ।
ଗୀତସଂହିତା 90 : 16 (ORV)
ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ ।
ଗୀତସଂହିତା 90 : 17 (ORV)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: