ଗୀତସଂହିତା 91 : 1 (ORV)
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ ।
ଗୀତସଂହିତା 91 : 2 (ORV)
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ଵର, ମୁଁ ତାହାଙ୍କଠାରେ ନିର୍ଭର ରଖେ ।
ଗୀତସଂହିତା 91 : 3 (ORV)
କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ ।
ଗୀତସଂହିତା 91 : 4 (ORV)
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ ।
ଗୀତସଂହିତା 91 : 5 (ORV)
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
ଗୀତସଂହିତା 91 : 6 (ORV)
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ ।
ଗୀତସଂହିତା 91 : 7 (ORV)
ତୁମ୍ଭ ପାର୍ଶ୍ଵରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ ।
ଗୀତସଂହିତା 91 : 8 (ORV)
ତୁମ୍ଭେ କେବଳ ସ୍ଵଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ ।
ଗୀତସଂହିତା 91 : 9 (ORV)
କାରଣ, ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ । ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ ।
ଗୀତସଂହିତା 91 : 10 (ORV)
ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ଵୁ ନିକଟକୁ ଆସିବ ନାହିଁ ।
ଗୀତସଂହିତା 91 : 11 (ORV)
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ ।
ଗୀତସଂହିତା 91 : 12 (ORV)
ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ଵହସ୍ତରେ ତୁମ୍ଭକୁ ବହିବେ ।
ଗୀତସଂହିତା 91 : 13 (ORV)
ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବାସିଂହ ଓ ସର୍ପକୁ ପାଦ ତଳେ ଦଳିବ ।
ଗୀତସଂହିତା 91 : 14 (ORV)
ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା ।
ଗୀତସଂହିତା 91 : 15 (ORV)
ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା ।
ଗୀତସଂହିତା 91 : 16 (ORV)
ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା ।

1 2 3 4 5 6 7 8 9 10 11 12 13 14 15 16

BG:

Opacity:

Color:


Size:


Font: