ଗୀତସଂହିତା 92 : 1 (ORV)
ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
ଗୀତସଂହିତା 92 : 2 (ORV)
ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ,
ଗୀତସଂହିତା 92 : 3 (ORV)
ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ ।
ଗୀତସଂହିତା 92 : 4 (ORV)
ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି ।
ଗୀତସଂହିତା 92 : 5 (ORV)
ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର ।
ଗୀତସଂହିତା 92 : 6 (ORV)
ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
ଗୀତସଂହିତା 92 : 7 (ORV)
ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ ।
ଗୀତସଂହିତା 92 : 8 (ORV)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ ।
ଗୀତସଂହିତା 92 : 9 (ORV)
କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ ।
ଗୀତସଂହିତା 92 : 10 (ORV)
ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି ।
ଗୀତସଂହିତା 92 : 11 (ORV)
ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି ।
ଗୀତସଂହିତା 92 : 12 (ORV)
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ ।
ଗୀତସଂହିତା 92 : 13 (ORV)
ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ ।
ଗୀତସଂହିତା 92 : 14 (ORV)
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
ଗୀତସଂହିତା 92 : 15 (ORV)
ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: