ଗୀତସଂହିତା 94 : 1 (ORV)
ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ଵର, ହେ ପ୍ରତିଫଳଦାତା ପରମେଶ୍ଵର, ତୁମ୍ଭେ ପ୍ରକାଶମାନ ହୁଅ ।
ଗୀତସଂହିତା 94 : 2 (ORV)
ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀ-ମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ ।
ଗୀତସଂହିତା 94 : 3 (ORV)
ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ଵନି କରିବେ?
ଗୀତସଂହିତା 94 : 4 (ORV)
ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି ।
ଗୀତସଂହିତା 94 : 5 (ORV)
ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି ।
ଗୀତସଂହିତା 94 : 6 (ORV)
ସେମାନେ ବିଧବା ଓ ବିଦେଶୀକି ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି ।
ଗୀତସଂହିତା 94 : 7 (ORV)
ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ଵର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି ।
ଗୀତସଂହିତା 94 : 8 (ORV)
ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
ଗୀତସଂହିତା 94 : 9 (ORV)
ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ?
ଗୀତସଂହିତା 94 : 10 (ORV)
ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?
ଗୀତସଂହିତା 94 : 11 (ORV)
ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି ।
ଗୀତସଂହିତା 94 : 12 (ORV)
ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
ଗୀତସଂହିତା 94 : 13 (ORV)
ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ ।
ଗୀତସଂହିତା 94 : 14 (ORV)
କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ ।
ଗୀତସଂହିତା 94 : 15 (ORV)
ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ ।
ଗୀତସଂହିତା 94 : 16 (ORV)
କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?
ଗୀତସଂହିତା 94 : 17 (ORV)
ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା ।
ଗୀତସଂହିତା 94 : 18 (ORV)
ମୋହର ପାଦ ଖସି ଯାଉଛି ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା ।
ଗୀତସଂହିତା 94 : 19 (ORV)
ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ଵନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ ।
ଗୀତସଂହିତା 94 : 20 (ORV)
ବିଧାନ ଦ୍ଵାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ଵନ୍ଧତା ହେବ?
ଗୀତସଂହିତା 94 : 21 (ORV)
ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି ।
ଗୀତସଂହିତା 94 : 22 (ORV)
ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ଵର ମୋହର ଆଶ୍ରୟଶୈଳ ହୋଇଅଛନ୍ତି ।
ଗୀତସଂହିତା 94 : 23 (ORV)
ପୁଣି, ସେ ସେମାନଙ୍କ ନିଜ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ଉଚ୍ଛିନ୍ନ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: