ଗୀତସଂହିତା 96 : 1 (ORV)
ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର ।
ଗୀତସଂହିତା 96 : 2 (ORV)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର ।
ଗୀତସଂହିତା 96 : 3 (ORV)
ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର ।
ଗୀତସଂହିତା 96 : 4 (ORV)
କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ ।
ଗୀତସଂହିତା 96 : 5 (ORV)
କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା ।
ଗୀତସଂହିତା 96 : 6 (ORV)
ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ ।
ଗୀତସଂହିତା 96 : 7 (ORV)
ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର ।
ଗୀତସଂହିତା 96 : 8 (ORV)
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ ।
ଗୀତସଂହିତା 96 : 9 (ORV)
ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ ।
ଗୀତସଂହିତା 96 : 10 (ORV)
ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ ।
ଗୀତସଂହିତା 96 : 11 (ORV)
ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
ଗୀତସଂହିତା 96 : 12 (ORV)
କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
ଗୀତସଂହିତା 96 : 13 (ORV)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: