ଯାତ୍ରା ପୁସ୍ତକ 15 : 1 (ORV)
ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା- ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୋହୀଙ୍କି ସମୁଦ୍ରରେ ନିକ୍ଷେପ କରିଅଛନ୍ତି ।
ଯାତ୍ରା ପୁସ୍ତକ 15 : 2 (ORV)
ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ଵର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ଵର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା ।
ଯାତ୍ରା ପୁସ୍ତକ 15 : 3 (ORV)
ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ ।
ଯାତ୍ରା ପୁସ୍ତକ 15 : 4 (ORV)
ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି ।
ଯାତ୍ରା ପୁସ୍ତକ 15 : 5 (ORV)
ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ ।
ଯାତ୍ରା ପୁସ୍ତକ 15 : 6 (ORV)
ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ଵିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,
ଯାତ୍ରା ପୁସ୍ତକ 15 : 7 (ORV)
ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ ।
ଯାତ୍ରା ପୁସ୍ତକ 15 : 8 (ORV)
ତୁମ୍ଭ ନାସିକାର ନିଃଶ୍ଵାସ ଦ୍ଵାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା ।
ଯାତ୍ରା ପୁସ୍ତକ 15 : 9 (ORV)
ଶତ୍ରୁ କହିଲା: ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍‍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ ।
ଯାତ୍ରା ପୁସ୍ତକ 15 : 10 (ORV)
ମାତ୍ର ତୁମ୍ଭେ ଆପଣା ନିଃଶ୍ଵାସ ଦ୍ଵାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ ।
ଯାତ୍ରା ପୁସ୍ତକ 15 : 11 (ORV)
ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?
ଯାତ୍ରା ପୁସ୍ତକ 15 : 12 (ORV)
ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା ।
ଯାତ୍ରା ପୁସ୍ତକ 15 : 13 (ORV)
ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ ।
ଯାତ୍ରା ପୁସ୍ତକ 15 : 14 (ORV)
ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରା; କରିଅଛି।
ଯାତ୍ରା ପୁସ୍ତକ 15 : 15 (ORV)
ସେତେବେଳେ ଇଦୋମର ରାଜଗଣବିହ୍ଵଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନନିବାସୀ ସମସ୍ତେ ତରଳି ଯାଇଅଛନ୍ତି ।
ଯାତ୍ରା ପୁସ୍ତକ 15 : 16 (ORV)
ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ଵାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି
ଯାତ୍ରା ପୁସ୍ତକ 15 : 17 (ORV)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ ।
ଯାତ୍ରା ପୁସ୍ତକ 15 : 18 (ORV)
ସଦାପ୍ରଭୁ ଯୁଗାନୁକ୍ରମେ ଅନ; କାଳ ରାଜତ୍ଵ କରିବେ ।
ଯାତ୍ରା ପୁସ୍ତକ 15 : 19 (ORV)
କାରଣ ଫାରୋଙ୍କର ଅଶ୍ଵ ଓ ରଥ ଓ ଅଶ୍ଵାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ-ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ ।
ଯାତ୍ରା ପୁସ୍ତକ 15 : 20 (ORV)
ଅନନ୍ତର ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇନୃତ୍ୟ କରୁ କରୁ ବାହାର ହେଲେ ।
ଯାତ୍ରା ପୁସ୍ତକ 15 : 21 (ORV)
ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି ।
ଯାତ୍ରା ପୁସ୍ତକ 15 : 22 (ORV)
ଅନନ୍ତର ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ ।
ଯାତ୍ରା ପୁସ୍ତକ 15 : 23 (ORV)
ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା (ତିକ୍ତତା) ହେଲା ।
ଯାତ୍ରା ପୁସ୍ତକ 15 : 24 (ORV)
ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, ଆମ୍ଭେମାନେ କଅଣ ପିଇବା?
ଯାତ୍ରା ପୁସ୍ତକ 15 : 25 (ORV)
ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା । ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି ସେମାନଙ୍କର ପରୀକ୍ଷା ନେଇ କହିଲେ,
ଯାତ୍ରା ପୁସ୍ତକ 15 : 26 (ORV)
ତୁମ୍ଭେ ଯେବେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କର ଓ ତାହାଙ୍କ ଦୃଷ୍ଟିରେ ଯାହା ଉଚିତ, ତାହା କର ଓ ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ ।
ଯାତ୍ରା ପୁସ୍ତକ 15 : 27 (ORV)
ଅନନ୍ତର ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: