ଯାତ୍ରା ପୁସ୍ତକ 19 : 1 (ORV)
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
ଯାତ୍ରା ପୁସ୍ତକ 19 : 2 (ORV)
ସେମାନେ ରଫୀଦୀମଠାରୁଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ ।
ଯାତ୍ରା ପୁସ୍ତକ 19 : 3 (ORV)
ଅନନ୍ତର ମୋଶା ପରମେଶ୍ଵରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣକୁ ଏହା ଜଣାଅ ।
ଯାତ୍ରା ପୁସ୍ତକ 19 : 4 (ORV)
ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିରୂପେ ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ ।
ଯାତ୍ରା ପୁସ୍ତକ 19 : 5 (ORV)
ଏବେ ତୁମ୍ଭେମାନେ ଯେବେ ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର ।
ଯାତ୍ରା ପୁସ୍ତକ 19 : 6 (ORV)
ପୁଣି ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶଓ ଏକ ପବିତ୍ର ଗୋଷ୍ଠୀ ହେବନ୍ତଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନମାନଙ୍କୁ କୁହ ।
ଯାତ୍ରା ପୁସ୍ତକ 19 : 7 (ORV)
ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ଵାରା ଆଦିଷ୍ଟ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ ।
ଯାତ୍ରା ପୁସ୍ତକ 19 : 8 (ORV)
ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା। ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ ।
ଯାତ୍ରା ପୁସ୍ତକ 19 : 9 (ORV)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିଲା ବେଳେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ପ୍ରତ୍ୟୟ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ । ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ ।
ଯାତ୍ରା ପୁସ୍ତକ 19 : 10 (ORV)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
ଯାତ୍ରା ପୁସ୍ତକ 19 : 11 (ORV)
ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ ।
ଯାତ୍ରା ପୁସ୍ତକ 19 : 12 (ORV)
ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ ।
ଯାତ୍ରା ପୁସ୍ତକ 19 : 13 (ORV)
କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ଵା ବାଣ ଦ୍ଵାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ଵନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ ।
ଯାତ୍ରା ପୁସ୍ତକ 19 : 14 (ORV)
ଅନନ୍ତର ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ ।
ଯାତ୍ରା ପୁସ୍ତକ 19 : 15 (ORV)
ତହୁଁ ସେ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ଆପଣା ଆପଣା ଭାର୍ଯ୍ୟା ନିକଟକୁ ଯାଅ ନାହିଁ ।
ଯାତ୍ରା ପୁସ୍ତକ 19 : 16 (ORV)
ଅନନ୍ତର ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳିଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ଵରରେ ତୂରୀଧ୍ଵନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ଵିତ ହେଲେ ।
ଯାତ୍ରା ପୁସ୍ତକ 19 : 17 (ORV)
ତହୁଁ ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଛିଡ଼ା ହେଲେ ।
ଯାତ୍ରା ପୁସ୍ତକ 19 : 18 (ORV)
ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି ସମୁଦାୟ ପର୍ବତ ଅତିଶୟ କମ୍ପିଲା ।
ଯାତ୍ରା ପୁସ୍ତକ 19 : 19 (ORV)
ପୁଣି ତୂରୀଶଦ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ଵର ଏକ ରବ ଦ୍ଵାରା ତାଙ୍କୁ ଉତ୍ତର ଦେଲେ ।
ଯାତ୍ରା ପୁସ୍ତକ 19 : 20 (ORV)
ଅନନ୍ତର ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ ।
ଯାତ୍ରା ପୁସ୍ତକ 19 : 21 (ORV)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ ।
ଯାତ୍ରା ପୁସ୍ତକ 19 : 22 (ORV)
ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ହିଁ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ ।
ଯାତ୍ରା ପୁସ୍ତକ 19 : 23 (ORV)
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।
ଯାତ୍ରା ପୁସ୍ତକ 19 : 24 (ORV)
ତେବେ ସଦାପ୍ରଭୁ ତାଙ୍କୁ କହିଲେ, ଯାଅ, ଓହ୍ଲାଅ; ପୁଣି ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ ।
ଯାତ୍ରା ପୁସ୍ତକ 19 : 25 (ORV)
ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: