ଯାତ୍ରା ପୁସ୍ତକ 20 : 1 (ORV)
ଅନନ୍ତର ସଦାପ୍ରଭୁ ଏହିସବୁ କଥା କହିଲେ, ଯଥା-
ଯାତ୍ରା ପୁସ୍ତକ 20 : 2 (ORV)
ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ ।
ଯାତ୍ରା ପୁସ୍ତକ 20 : 3 (ORV)
ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ ।
ଯାତ୍ରା ପୁସ୍ତକ 20 : 4 (ORV)
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ ।
ଯାତ୍ରା ପୁସ୍ତକ 20 : 5 (ORV)
ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
ଯାତ୍ରା ପୁସ୍ତକ 20 : 6 (ORV)
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ ।
ଯାତ୍ରା ପୁସ୍ତକ 20 : 7 (ORV)
ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
ଯାତ୍ରା ପୁସ୍ତକ 20 : 8 (ORV)
ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର ।
ଯାତ୍ରା ପୁସ୍ତକ 20 : 9 (ORV)
ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
ଯାତ୍ରା ପୁସ୍ତକ 20 : 10 (ORV)
ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତ ହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ ।
ଯାତ୍ରା ପୁସ୍ତକ 20 : 11 (ORV)
ଯେହେତୁ ସଦାପ୍ରଭୁ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି ।
ଯାତ୍ରା ପୁସ୍ତକ 20 : 12 (ORV)
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ଯାତ୍ରା ପୁସ୍ତକ 20 : 13 (ORV)
ତୁମ୍ଭେ ନରହତ୍ୟା କରିବ ନାହିଁ ।
ଯାତ୍ରା ପୁସ୍ତକ 20 : 14 (ORV)
ତୁମ୍ଭେ ବ୍ୟଭିଚାର କରିବ ନାହିଁ ।
ଯାତ୍ରା ପୁସ୍ତକ 20 : 15 (ORV)
ତୁମ୍ଭେ ଚୋରି କରିବ ନାହିଁ।
ଯାତ୍ରା ପୁସ୍ତକ 20 : 16 (ORV)
ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ ।
ଯାତ୍ରା ପୁସ୍ତକ 20 : 17 (ORV)
ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ ।
ଯାତ୍ରା ପୁସ୍ତକ 20 : 18 (ORV)
ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ଵନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ ।
ଯାତ୍ରା ପୁସ୍ତକ 20 : 19 (ORV)
ଆଉ ସେମାନେ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ଵର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ ।
ଯାତ୍ରା ପୁସ୍ତକ 20 : 20 (ORV)
ତହିଁରେ ମୋଶା ଲୋକମାନଙ୍କୁ କହିଲେ, ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ଵର ଆସିଅଛନ୍ତି ।
ଯାତ୍ରା ପୁସ୍ତକ 20 : 21 (ORV)
ତେଣୁ ଲୋକମାନେ ଦୂରରେ ଛିଡ଼ା ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ଵର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ ।
ଯାତ୍ରା ପୁସ୍ତକ 20 : 22 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଲ ।
ଯାତ୍ରା ପୁସ୍ତକ 20 : 23 (ORV)
ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ଵର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ ।
ଯାତ୍ରା ପୁସ୍ତକ 20 : 24 (ORV)
ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି ତହିଁ ଉପରେ ତୁମ୍ଭର ମେଷଗବାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା ।
ଯାତ୍ରା ପୁସ୍ତକ 20 : 25 (ORV)
ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ ।
ଯାତ୍ରା ପୁସ୍ତକ 20 : 26 (ORV)
ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ୍ତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ବେଦି ଉପରକୁ ଉଠିବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: