ଯାତ୍ରା ପୁସ୍ତକ 24 : 1 (ORV)
ଅନନ୍ତର ସେ ମୋଶାଙ୍କୁ କହିଲେ, ତୁମ୍ଭେ ଓ ହାରୋଣ ଓ ନାଦବ୍ ଓ ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର ।
ଯାତ୍ରା ପୁସ୍ତକ 24 : 2 (ORV)
କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ ।
ଯାତ୍ରା ପୁସ୍ତକ 24 : 3 (ORV)
ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ଶାସନ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ଵରରେ ଉତ୍ତର କଲେ, ସଦାପ୍ରଭୁ ଯେସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ।
ଯାତ୍ରା ପୁସ୍ତକ 24 : 4 (ORV)
ଅନନ୍ତର ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ଵାଦଶ ବଂଶାନୁସାରେ ଦ୍ଵାଦଶ ସ୍ତମ୍ଭ ନିର୍ମାଣ କଲେ ।
ଯାତ୍ରା ପୁସ୍ତକ 24 : 5 (ORV)
ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ ।
ଯାତ୍ରା ପୁସ୍ତକ 24 : 6 (ORV)
ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ ।
ଯାତ୍ରା ପୁସ୍ତକ 24 : 7 (ORV)
ପୁଣି ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା ।
ଯାତ୍ରା ପୁସ୍ତକ 24 : 8 (ORV)
ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ଵନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି ।
ଯାତ୍ରା ପୁସ୍ତକ 24 : 9 (ORV)
ତେବେ ମୋଶା, ହାରୋଣ, ନାବ୍ଦ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନ ବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କୁ ଦର୍ଶନ କଲେ ।
ଯାତ୍ରା ପୁସ୍ତକ 24 : 10 (ORV)
ପୁଣି ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ଵଳ ନୀଳକା; ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା ।
ଯାତ୍ରା ପୁସ୍ତକ 24 : 11 (ORV)
ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ଵରଙ୍କୁ ଦର୍ଶନ କଲେ, ପୁଣି ଭୋଜନପାନ କଲେ ।
ଯାତ୍ରା ପୁସ୍ତକ 24 : 12 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା ।
ଯାତ୍ରା ପୁସ୍ତକ 24 : 13 (ORV)
ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି ମୋଶା ପରମେଶ୍ଵରଙ୍କ ପର୍ବତରେ ଆରୋହଣ କଲେ ।
ଯାତ୍ରା ପୁସ୍ତକ 24 : 14 (ORV)
ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, ଆମ୍ଭେମାନେ ଯେଯାଏ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେଯାଏ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂରତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ ।
ଯାତ୍ରା ପୁସ୍ତକ 24 : 15 (ORV)
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।
ଯାତ୍ରା ପୁସ୍ତକ 24 : 16 (ORV)
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ ।
ଯାତ୍ରା ପୁସ୍ତକ 24 : 17 (ORV)
ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା ।
ଯାତ୍ରା ପୁସ୍ତକ 24 : 18 (ORV)
ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: