ଯାତ୍ରା ପୁସ୍ତକ 6 : 1 (ORV)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଛାଡ଼ି ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ ।
ଯାତ୍ରା ପୁସ୍ତକ 6 : 2 (ORV)
ପରମେଶ୍ଵର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, ଆମ୍ଭେ ଯିହୋବାଃ (ସଦାପ୍ରଭୁ);
ଯାତ୍ରା ପୁସ୍ତକ 6 : 3 (ORV)
ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ଵର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ ।
ଯାତ୍ରା ପୁସ୍ତକ 6 : 4 (ORV)
ପୁଣି କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ ।
ଯାତ୍ରା ପୁସ୍ତକ 6 : 5 (ORV)
ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ଵରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ ।
ଯାତ୍ରା ପୁସ୍ତକ 6 : 6 (ORV)
ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା ।
ଯାତ୍ରା ପୁସ୍ତକ 6 : 7 (ORV)
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ ।
ଯାତ୍ରା ପୁସ୍ତକ 6 : 8 (ORV)
ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ।
ଯାତ୍ରା ପୁସ୍ତକ 6 : 9 (ORV)
ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ ।
ଯାତ୍ରା ପୁସ୍ତକ 6 : 10 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଯାତ୍ରା ପୁସ୍ତକ 6 : 11 (ORV)
ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର ।
ଯାତ୍ରା ପୁସ୍ତକ 6 : 12 (ORV)
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?
ଯାତ୍ରା ପୁସ୍ତକ 6 : 13 (ORV)
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ ।
ଯାତ୍ରା ପୁସ୍ତକ 6 : 14 (ORV)
ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ । ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ ।
ଯାତ୍ରା ପୁସ୍ତକ 6 : 15 (ORV)
ପୁଣି ଶିମୀୟୋନର ପୁତ୍ର ଯିମୂୟେଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ।
ଯାତ୍ରା ପୁସ୍ତକ 6 : 16 (ORV)
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା ।
ଯାତ୍ରା ପୁସ୍ତକ 6 : 17 (ORV)
ପୁଣି ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।
ଯାତ୍ରା ପୁସ୍ତକ 6 : 18 (ORV)
ପୁଣି କହାତର ସନ୍ତାନ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ୍ ବର୍ଷ ବୟସ ହୋଇଥିଲା ।
ଯାତ୍ରା ପୁସ୍ତକ 6 : 19 (ORV)
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ।
ଯାତ୍ରା ପୁସ୍ତକ 6 : 20 (ORV)
ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା⇧; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା ।
ଯାତ୍ରା ପୁସ୍ତକ 6 : 21 (ORV)
ଯିଷ୍ହରର ସନ୍ତାନ କୋରହ ଓ ନେଫଗ ଓ ସିଖ୍ରି ।
ଯାତ୍ରା ପୁସ୍ତକ 6 : 22 (ORV)
ପୁଣି ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଦ୍ରି ।
ଯାତ୍ରା ପୁସ୍ତକ 6 : 23 (ORV)
ପୁଣି ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ ଓ ଅବୀହୂ ଓ ଇଲୀୟାସର ଓ ଈଥାମରକୁା ପ୍ରସବ କଲା ।
ଯାତ୍ରା ପୁସ୍ତକ 6 : 24 (ORV)
ପୁଣି କୋରହର ସନ୍ତାନ ଅସୀର ଓ ଇଲ୍‍କାନା ଓ ଅବୀୟାସଫ୍; ଏମାନେ କୋରହର ବଂଶ ।
ଯାତ୍ରା ପୁସ୍ତକ 6 : 25 (ORV)
ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ ।
ଯାତ୍ରା ପୁସ୍ତକ 6 : 26 (ORV)
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ ।
ଯାତ୍ରା ପୁସ୍ତକ 6 : 27 (ORV)
ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ । ଏମାନେ ସେହି ମୋଶା ଓ ହାରୋଣ ।
ଯାତ୍ରା ପୁସ୍ତକ 6 : 28 (ORV)
ଯେଉଁଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
ଯାତ୍ରା ପୁସ୍ତକ 6 : 29 (ORV)
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, ଆମ୍ଭେ ସଦାପ୍ରଭୁ ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ ।
ଯାତ୍ରା ପୁସ୍ତକ 6 : 30 (ORV)
ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: