ଯାତ୍ରା ପୁସ୍ତକ 7 : 1 (ORV)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ଵର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ ।
ଯାତ୍ରା ପୁସ୍ତକ 7 : 2 (ORV)
ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି ଫାରୋ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଦେବା ପାଇଁ ତୁମ୍ଭ ଭ୍ରାତା ହାରୋଣ ତାହାକୁ କହିବ।
ଯାତ୍ରା ପୁସ୍ତକ 7 : 3 (ORV)
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା ।
ଯାତ୍ରା ପୁସ୍ତକ 7 : 4 (ORV)
ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ତ ଦ୍ଵାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ।
ଯାତ୍ରା ପୁସ୍ତକ 7 : 5 (ORV)
ପୁଣି ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ ।
ଯାତ୍ରା ପୁସ୍ତକ 7 : 6 (ORV)
ଅନନ୍ତର ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ ।
ଯାତ୍ରା ପୁସ୍ତକ 7 : 7 (ORV)
ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀଓ ହାରୋଣଙ୍କୁ ତେୟାଶୀ ବର୍ଷ ବୟସ ହୋଇଥିଲା ।
ଯାତ୍ରା ପୁସ୍ତକ 7 : 8 (ORV)
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
ଯାତ୍ରା ପୁସ୍ତକ 7 : 9 (ORV)
ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅବୋଲି ଯେବେ ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ ।
ଯାତ୍ରା ପୁସ୍ତକ 7 : 10 (ORV)
ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା ।
ଯାତ୍ରା ପୁସ୍ତକ 7 : 11 (ORV)
ତେବେ ଫାରୋ ଆପଣା ପଣ୍ତିତ ଓ ଗୁଣିଆ-ମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ ।
ଯାତ୍ରା ପୁସ୍ତକ 7 : 12 (ORV)
ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା ।
ଯାତ୍ରା ପୁସ୍ତକ 7 : 13 (ORV)
ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ ।
ଯାତ୍ରା ପୁସ୍ତକ 7 : 14 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଫାରୋର ହୃଦୟ ଭାରୀ ହୋଇଅଛି, ସେ ଲୋକମାନଙ୍କୁ ଛାଡ଼ି ଦେବାକୁ ନାସ୍ତି କରୁଅଛି।
ଯାତ୍ରା ପୁସ୍ତକ 7 : 15 (ORV)
ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ ।
ଯାତ୍ରା ପୁସ୍ତକ 7 : 16 (ORV)
ପୁଣି ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ ।
ଯାତ୍ରା ପୁସ୍ତକ 7 : 17 (ORV)
ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ଵାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ଵାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ ।
ଯାତ୍ରା ପୁସ୍ତକ 7 : 18 (ORV)
ପୁଣି ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀଜଳ ପାନ କରିବାକୁ ଘୃଣା କରିବେ।
ଯାତ୍ରା ପୁସ୍ତକ 7 : 19 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସରଦେଶୀୟ ଜଳ ଉପରେ, ଅର୍ଥାତ୍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ ।
ଯାତ୍ରା ପୁସ୍ତକ 7 : 20 (ORV)
ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀଜଳ ରକ୍ତ ହୋଇଗଲା ।
ଯାତ୍ରା ପୁସ୍ତକ 7 : 21 (ORV)
ପୁଣି ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା ।
ଯାତ୍ରା ପୁସ୍ତକ 7 : 22 (ORV)
ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ ।
ଯାତ୍ରା ପୁସ୍ତକ 7 : 23 (ORV)
ଅନନ୍ତର ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ ।
ଯାତ୍ରା ପୁସ୍ତକ 7 : 24 (ORV)
ପୁଣି ସମସ୍ତ ମିସ୍ରୀୟ ଲୋକେ ନଦୀଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ ।
ଯାତ୍ରା ପୁସ୍ତକ 7 : 25 (ORV)
ସଦାପ୍ରଭୁ ନଦୀକି ଆଘାତ କଲା ଉତ୍ତାରେ ସାତଦିନ ସମ୍ପୂର୍ଣ୍ଣ ହେଲ। ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: