ହିତୋପଦେଶ 1 : 1 (ORV)
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
ହିତୋପଦେଶ 1 : 2 (ORV)
ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
ହିତୋପଦେଶ 1 : 3 (ORV)
ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
ହିତୋପଦେଶ 1 : 4 (ORV)
ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
ହିତୋପଦେଶ 1 : 5 (ORV)
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ତିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
ହିତୋପଦେଶ 1 : 6 (ORV)
ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ତିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ ।
ହିତୋପଦେଶ 1 : 7 (ORV)
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି ।
ହିତୋପଦେଶ 1 : 8 (ORV)
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ ।
ହିତୋପଦେଶ 1 : 9 (ORV)
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ଵରୂପ ହେବ ।
ହିତୋପଦେଶ 1 : 10 (ORV)
ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ ।
ହିତୋପଦେଶ 1 : 11 (ORV)
ସେମାନେ ଯେବେ କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
ହିତୋପଦେଶ 1 : 12 (ORV)
ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
ହିତୋପଦେଶ 1 : 13 (ORV)
ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
ହିତୋପଦେଶ 1 : 14 (ORV)
ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକତୋଡ଼ା ହେବ ।
ହିତୋପଦେଶ 1 : 15 (ORV)
ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
ହିତୋପଦେଶ 1 : 16 (ORV)
ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁଯାଏ ।
ହିତୋପଦେଶ 1 : 17 (ORV)
କୌଣସି ପକ୍ଷୀର ଆକ୍ଷି ଆଗରେ ଜାଲ ପାତିବା ନିତା; ବ୍ୟର୍ଥ ହୁଏ ।
ହିତୋପଦେଶ 1 : 18 (ORV)
ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି ।
ହିତୋପଦେଶ 1 : 19 (ORV)
ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ ।
ହିତୋପଦେଶ 1 : 20 (ORV)
ଜ୍ଞାନ ରାସ୍ତାରେ ଉଚ୍ଚସ୍ଵରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
ହିତୋପଦେଶ 1 : 21 (ORV)
ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ଵାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେଣ:
ହିତୋପଦେଶ 1 : 22 (ORV)
ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
ହିତୋପଦେଶ 1 : 23 (ORV)
ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି ।
ହିତୋପଦେଶ 1 : 24 (ORV)
ଯେହେତୁ ମୁଁ ଡାକିଲି, ପୁଣି ତୁମ୍ଭେମାନେ ନାସ୍ତି କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
ହିତୋପଦେଶ 1 : 25 (ORV)
ମାତ୍ର ତୁମ୍ଭେମାନେ ମୋହର ସମସ୍ତ ମନ୍ତ୍ରଣା ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
ହିତୋପଦେଶ 1 : 26 (ORV)
ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି ।
ହିତୋପଦେଶ 1 : 27 (ORV)
ଯେତେବେଳେ ପ୍ରଚଣ୍ତ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବନ୍ତ
ହିତୋପଦେଶ 1 : 28 (ORV)
ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯନିରେ ମୋହର ଅନ୍ଵେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ ।
ହିତୋପଦେଶ 1 : 29 (ORV)
କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
ହିତୋପଦେଶ 1 : 30 (ORV)
ସେମାନେ ମୋହର କୌଣସି ମନ୍ତ୍ରଣା ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟଜ୍ଞାନ କଲେ ।
ହିତୋପଦେଶ 1 : 31 (ORV)
ତେଣୁକରି ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୁଞ୍ଜିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ ।
ହିତୋପଦେଶ 1 : 32 (ORV)
ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ ।
ହିତୋପଦେଶ 1 : 33 (ORV)
ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: