ହିତୋପଦେଶ 11 : 1 (ORV)
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ । ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର ।
ହିତୋପଦେଶ 11 : 2 (ORV)
ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ ।
ହିତୋପଦେଶ 11 : 3 (ORV)
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ଵାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ ।
ହିତୋପଦେଶ 11 : 4 (ORV)
କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ ।
ହିତୋପଦେଶ 11 : 5 (ORV)
ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ ।
ହିତୋପଦେଶ 11 : 6 (ORV)
ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ ।
ହିତୋପଦେଶ 11 : 7 (ORV)
ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକ-ମାନଙ୍କର ଆଶା ବିନଷ୍ଟ ହୁଏ ।
ହିତୋପଦେଶ 11 : 8 (ORV)
ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ ।
ହିତୋପଦେଶ 11 : 9 (ORV)
ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକି ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ ।
ହିତୋପଦେଶ 11 : 10 (ORV)
ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ଵନି ହୁଏ ।
ହିତୋପଦେଶ 11 : 11 (ORV)
ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ ।
ହିତୋପଦେଶ 11 : 12 (ORV)
ଯେ ଆପଣା ପ୍ରତିବାସୀକି ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ ।
ହିତୋପଦେଶ 11 : 13 (ORV)
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ ।
ହିତୋପଦେଶ 11 : 14 (ORV)
ସୁମନ୍ତ୍ରଣାର ଅଭାବରେ ଲୋକମାନେ ପତିତ ହୁଅନ୍ତି, ପୁଣି ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ ।
ହିତୋପଦେଶ 11 : 15 (ORV)
ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ଲଗା ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ ।
ହିତୋପଦେଶ 11 : 16 (ORV)
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି ।
ହିତୋପଦେଶ 11 : 17 (ORV)
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ ।
ହିତୋପଦେଶ 11 : 18 (ORV)
ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି ।
ହିତୋପଦେଶ 11 : 19 (ORV)
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁ ଘଟାଏ ।
ହିତୋପଦେଶ 11 : 20 (ORV)
କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର ।
ହିତୋପଦେଶ 11 : 21 (ORV)
ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ତିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ ।
ହିତୋପଦେଶ 11 : 22 (ORV)
ଘୁସୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ ।
ହିତୋପଦେଶ 11 : 23 (ORV)
ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ ।
ହିତୋପଦେଶ 11 : 24 (ORV)
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି କେହି କେହି ଉଚିତ ବ୍ୟୟ ଅସ୍ଵୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ ।
ହିତୋପଦେଶ 11 : 25 (ORV)
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ ।
ହିତୋପଦେଶ 11 : 26 (ORV)
ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ ।
ହିତୋପଦେଶ 11 : 27 (ORV)
ଯେଉଁ ବ୍ୟକ୍ତି ଯନିରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ (ପରର) ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ ।
ହିତୋପଦେଶ 11 : 28 (ORV)
ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ ।
ହିତୋପଦେଶ 11 : 29 (ORV)
ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
ହିତୋପଦେଶ 11 : 30 (ORV)
ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ ।
ହିତୋପଦେଶ 11 : 31 (ORV)
ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: