ହିତୋପଦେଶ 12 : 1 (ORV)
ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ ।
ହିତୋପଦେଶ 12 : 2 (ORV)
ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ ।
ହିତୋପଦେଶ 12 : 3 (ORV)
ଦୁଷ୍ଟତା ଦ୍ଵାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ ।
ହିତୋପଦେଶ 12 : 4 (ORV)
ଗୁଣବତୀ ସ୍ତ୍ରୀ ଆପଣା ସ୍ଵାମୀର ମୁକୁଟ ସ୍ଵରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ଵରୂପ ।
ହିତୋପଦେଶ 12 : 5 (ORV)
ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ ।
ହିତୋପଦେଶ 12 : 6 (ORV)
ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
ହିତୋପଦେଶ 12 : 7 (ORV)
ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ ।
ହିତୋପଦେଶ 12 : 8 (ORV)
ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ ।
ହିତୋପଦେଶ 12 : 9 (ORV)
ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ ।
ହିତୋପଦେଶ 12 : 10 (ORV)
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର ।
ହିତୋପଦେଶ 12 : 11 (ORV)
ଯେ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ ।
ହିତୋପଦେଶ 12 : 12 (ORV)
ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ ।
ହିତୋପଦେଶ 12 : 13 (ORV)
ଓଷ୍ଠର ଅଧର୍ମରେ ଦୁଷ୍ଟର ଫାନ୍ଦ ଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ ।
ହିତୋପଦେଶ 12 : 14 (ORV)
ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
ହିତୋପଦେଶ 12 : 15 (ORV)
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥନ୍ତ ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ ।
ହିତୋପଦେଶ 12 : 16 (ORV)
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ ।
ହିତୋପଦେଶ 12 : 17 (ORV)
ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ ।
ହିତୋପଦେଶ 12 : 18 (ORV)
କାହାର କାହାର ବାଚାଳତା ଖଡ଼୍‍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ଵା ସ୍ଵାସ୍ଥ୍ୟଜନକ ।
ହିତୋପଦେଶ 12 : 19 (ORV)
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ଵା ପଲକମାତ୍ର ।
ହିତୋପଦେଶ 12 : 20 (ORV)
ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ ।
ହିତୋପଦେଶ 12 : 21 (ORV)
ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ ।
ହିତୋପଦେଶ 12 : 22 (ORV)
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର ।
ହିତୋପଦେଶ 12 : 23 (ORV)
ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ ।
ହିତୋପଦେଶ 12 : 24 (ORV)
କର୍ମଶୀଳର ହସ୍ତ କର୍ତ୍ତୃତ୍ଵ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ ।
ହିତୋପଦେଶ 12 : 25 (ORV)
ମନୁଷ୍ୟର ମନୋବ୍ୟଥା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ ।
ହିତୋପଦେଶ 12 : 26 (ORV)
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ ।
ହିତୋପଦେଶ 12 : 27 (ORV)
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ ।
ହିତୋପଦେଶ 12 : 28 (ORV)
ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: