ହିତୋପଦେଶ 14 : 1 (ORV)
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ଵହସ୍ତରେ ତାହା ଭାଙ୍ଗି ପକାଏ ।
ହିତୋପଦେଶ 14 : 2 (ORV)
ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ ।
ହିତୋପଦେଶ 14 : 3 (ORV)
ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ ।
ହିତୋପଦେଶ 14 : 4 (ORV)
ଗୋରୁ ନ ଥିଲେ, କୁଣ୍ତ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ ।
ହିତୋପଦେଶ 14 : 5 (ORV)
ବିଶ୍ଵସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ ।
ହିତୋପଦେଶ 14 : 6 (ORV)
ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ ।
ହିତୋପଦେଶ 14 : 7 (ORV)
ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ ।
ହିତୋପଦେଶ 14 : 8 (ORV)
ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତାମାତ୍ର ।
ହିତୋପଦେଶ 14 : 9 (ORV)
ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ ।
ହିତୋପଦେଶ 14 : 10 (ORV)
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ ।
ହିତୋପଦେଶ 14 : 11 (ORV)
ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ଵୁ ଉନ୍ନତ ହେବ ।
ହିତୋପଦେଶ 14 : 12 (ORV)
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ ।
ହିତୋପଦେଶ 14 : 13 (ORV)
ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ ।
ହିତୋପଦେଶ 14 : 14 (ORV)
ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର (ଫଳରେ) ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ ।
ହିତୋପଦେଶ 14 : 15 (ORV)
ନିର୍ବୋଧ ଲୋକ ସବୁ କଥା ପ୍ରତ୍ୟୟ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ ।
ହିତୋପଦେଶ 14 : 16 (ORV)
ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ ।
ହିତୋପଦେଶ 14 : 17 (ORV)
ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର ।
ହିତୋପଦେଶ 14 : 18 (ORV)
ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି ।
ହିତୋପଦେଶ 14 : 19 (ORV)
ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ଵାରରେ ଦଣ୍ତବତ କରନ୍ତି ।
ହିତୋପଦେଶ 14 : 20 (ORV)
ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି ।
ହିତୋପଦେଶ 14 : 21 (ORV)
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ ।
ହିତୋପଦେଶ 14 : 22 (ORV)
ଅନିଷ୍ଟଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ ।
ହିତୋପଦେଶ 14 : 23 (ORV)
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ ।
ହିତୋପଦେଶ 14 : 24 (ORV)
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା ।
ହିତୋପଦେଶ 14 : 25 (ORV)
ସତ୍ୟ ସାକ୍ଷୀ ପର ପ୍ରାଣ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ ।
ହିତୋପଦେଶ 14 : 26 (ORV)
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ଵାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟସ୍ଥାନ ପାଇବେ ।
ହିତୋପଦେଶ 14 : 27 (ORV)
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ଵରୂପ ।
ହିତୋପଦେଶ 14 : 28 (ORV)
ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ ।
ହିତୋପଦେଶ 14 : 29 (ORV)
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ (ଧ୍ଵଜା) ଟେକେ ।
ହିତୋପଦେଶ 14 : 30 (ORV)
ଶା; ଅନ୍ତଃକରଣ ଦେହର ଜୀବନ ସ୍ଵରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ଵରୂପ ।
ହିତୋପଦେଶ 14 : 31 (ORV)
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ ।
ହିତୋପଦେଶ 14 : 32 (ORV)
ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ ।
ହିତୋପଦେଶ 14 : 33 (ORV)
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ ।
ହିତୋପଦେଶ 14 : 34 (ORV)
ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ ।
ହିତୋପଦେଶ 14 : 35 (ORV)
ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: