ହିତୋପଦେଶ 15 : 1 (ORV)
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ ।
ହିତୋପଦେଶ 15 : 2 (ORV)
ଜ୍ଞାନୀମାନଙ୍କ ଜିହ୍ଵା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ ।
ହିତୋପଦେଶ 15 : 3 (ORV)
ସଦାପ୍ରଭୁଙ୍କ ଚକ୍ଷୁ ସର୍ବତ୍ର ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ ।
ହିତୋପଦେଶ 15 : 4 (ORV)
ଶା; ଜିହ୍ଵା ଜୀବନ-ବୃକ୍ଷ ସ୍ଵରୂପ; ପୁଣି, କୁଟିଳ ଜିହ୍ଵା ଆତ୍ମାଭଙ୍ଗ କରେ ।
ହିତୋପଦେଶ 15 : 5 (ORV)
ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ ।
ହିତୋପଦେଶ 15 : 6 (ORV)
ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ ।
ହିତୋପଦେଶ 15 : 7 (ORV)
ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ ।
ହିତୋପଦେଶ 15 : 8 (ORV)
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର ।
ହିତୋପଦେଶ 15 : 9 (ORV)
ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି ।
ହିତୋପଦେଶ 15 : 10 (ORV)
ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ ।
ହିତୋପଦେଶ 15 : 11 (ORV)
ପାତାଳ ଓ ବିନାଶ-ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?
ହିତୋପଦେଶ 15 : 12 (ORV)
ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ ।
ହିତୋପଦେଶ 15 : 13 (ORV)
ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ ।
ହିତୋପଦେଶ 15 : 14 (ORV)
ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ ।
ହିତୋପଦେଶ 15 : 15 (ORV)
ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ ।
ହିତୋପଦେଶ 15 : 16 (ORV)
ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ ।
ହିତୋପଦେଶ 15 : 17 (ORV)
ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜଠୁଁ ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ ।
ହିତୋପଦେଶ 15 : 18 (ORV)
କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷା; କରେ ।
ହିତୋପଦେଶ 15 : 19 (ORV)
ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ତ ତୁଲ୍ୟ କରାଯାଏ ।
ହିତୋପଦେଶ 15 : 20 (ORV)
ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ ।
ହିତୋପଦେଶ 15 : 21 (ORV)
ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ ।
ହିତୋପଦେଶ 15 : 22 (ORV)
ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ଵାରା ତାହା ସ୍ଥିରୀକୃତ ହୁଏ ।
ହିତୋପଦେଶ 15 : 23 (ORV)
ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!
ହିତୋପଦେଶ 15 : 24 (ORV)
ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ଵଗାମୀ ।
ହିତୋପଦେଶ 15 : 25 (ORV)
ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
ହିତୋପଦେଶ 15 : 26 (ORV)
କୁସଙ୍କଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି ।
ହିତୋପଦେଶ 15 : 27 (ORV)
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ ।
ହିତୋପଦେଶ 15 : 28 (ORV)
ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ ।
ହିତୋପଦେଶ 15 : 29 (ORV)
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
ହିତୋପଦେଶ 15 : 30 (ORV)
ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ ।
ହିତୋପଦେଶ 15 : 31 (ORV)
ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ ।
ହିତୋପଦେଶ 15 : 32 (ORV)
ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ ।
ହିତୋପଦେଶ 15 : 33 (ORV)
ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: