ହିତୋପଦେଶ 17 : 1 (ORV)
ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ କଳେକ ଶୁଷ୍କ ଅନ୍ନ ଭଲ ।
ହିତୋପଦେଶ 17 : 2 (ORV)
ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ ।
ହିତୋପଦେଶ 17 : 3 (ORV)
କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି ।
ହିତୋପଦେଶ 17 : 4 (ORV)
କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି ମିଥ୍ୟାବାଦୀ ହିଂସ୍ର ଜିହ୍ଵାରେ କର୍ଣ୍ଣପାତ କରେ ।
ହିତୋପଦେଶ 17 : 5 (ORV)
ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ତିତ ରହିବ ନାହିଁ ।
ହିତୋପଦେଶ 17 : 6 (ORV)
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ ।
ହିତୋପଦେଶ 17 : 7 (ORV)
ବାକ୍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ ।
ହିତୋପଦେଶ 17 : 8 (ORV)
ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ ।
ହିତୋପଦେଶ 17 : 9 (ORV)
ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ ।
ହିତୋପଦେଶ 17 : 10 (ORV)
ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁଯୋଗ ଅଧିକ କାଟେ ।
ହିତୋପଦେଶ 17 : 11 (ORV)
ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ ।
ହିତୋପଦେଶ 17 : 12 (ORV)
ଛୁଆହରା ଭଲ୍ଲୂକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ ।
ହିତୋପଦେଶ 17 : 13 (ORV)
ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ ।
ହିତୋପଦେଶ 17 : 14 (ORV)
କଳିର ଆରମ୍ଭ କେହି (ବନ୍ଧ କାଟି) ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼ ।
ହିତୋପଦେଶ 17 : 15 (ORV)
ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ ।
ହିତୋପଦେଶ 17 : 16 (ORV)
ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ ।
ହିତୋପଦେଶ 17 : 17 (ORV)
ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ ।
ହିତୋପଦେଶ 17 : 18 (ORV)
ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ ।
ହିତୋପଦେଶ 17 : 19 (ORV)
ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ଵାର ଉଚ୍ଚ କରେ, ସେ ବିନାଶ ଖୋଜେ ।
ହିତୋପଦେଶ 17 : 20 (ORV)
ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ଵା, ସେ ଆପଦରେ ପଡ଼େ ।
ହିତୋପଦେଶ 17 : 21 (ORV)
ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ ।
ହିତୋପଦେଶ 17 : 22 (ORV)
ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ ।
ହିତୋପଦେଶ 17 : 23 (ORV)
ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ ।
ହିତୋପଦେଶ 17 : 24 (ORV)
ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ ।
ହିତୋପଦେଶ 17 : 25 (ORV)
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ ।
ହିତୋପଦେଶ 17 : 26 (ORV)
ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ ।
ହିତୋପଦେଶ 17 : 27 (ORV)
ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶା; ଆତ୍ମା, ସେ ବୁଦ୍ଧିମାନ ।
ହିତୋପଦେଶ 17 : 28 (ORV)
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: