ହିତୋପଦେଶ 19 : 1 (ORV)
ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ ।
ହିତୋପଦେଶ 19 : 2 (ORV)
ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ ।
ହିତୋପଦେଶ 19 : 3 (ORV)
ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ ।
ହିତୋପଦେଶ 19 : 4 (ORV)
ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ ।
ହିତୋପଦେଶ 19 : 5 (ORV)
ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ ।
ହିତୋପଦେଶ 19 : 6 (ORV)
ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି ।
ହିତୋପଦେଶ 19 : 7 (ORV)
ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି ।
ହିତୋପଦେଶ 19 : 8 (ORV)
ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ ।
ହିତୋପଦେଶ 19 : 9 (ORV)
ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ ।
ହିତୋପଦେଶ 19 : 10 (ORV)
ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ଵ ତତୋଧିକ ଅନୁପଯୁକ୍ତ ।
ହିତୋପଦେଶ 19 : 11 (ORV)
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ ।
ହିତୋପଦେଶ 19 : 12 (ORV)
ରାଜାର କୋପ ସିଂହଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ ।
ହିତୋପଦେଶ 19 : 13 (ORV)
ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି ।
ହିତୋପଦେଶ 19 : 14 (ORV)
ଗୃହ ଓ ଧନ ପିତୃଲୋକଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ ।
ହିତୋପଦେଶ 19 : 15 (ORV)
ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ ।
ହିତୋପଦେଶ 19 : 16 (ORV)
ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ ।
ହିତୋପଦେଶ 19 : 17 (ORV)
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ ।
ହିତୋପଦେଶ 19 : 18 (ORV)
ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ ।
ହିତୋପଦେଶ 19 : 19 (ORV)
ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ ।
ହିତୋପଦେଶ 19 : 20 (ORV)
ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର ।
ହିତୋପଦେଶ 19 : 21 (ORV)
ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ ।
ହିତୋପଦେଶ 19 : 22 (ORV)
ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ ।
ହିତୋପଦେଶ 19 : 23 (ORV)
ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ ।
ହିତୋପଦେଶ 19 : 24 (ORV)
ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ ।
ହିତୋପଦେଶ 19 : 25 (ORV)
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ ।
ହିତୋପଦେଶ 19 : 26 (ORV)
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନ-ଜନକ ।
ହିତୋପଦେଶ 19 : 27 (ORV)
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ ।
ହିତୋପଦେଶ 19 : 28 (ORV)
ପାଷାଣ୍ତ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ ।
ହିତୋପଦେଶ 19 : 29 (ORV)
ନିନ୍ଦକମାନଙ୍କ ପାଇଁ ଦଣ୍ତାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: