ହିତୋପଦେଶ 21 : 1 (ORV)
ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି ।
ହିତୋପଦେଶ 21 : 2 (ORV)
ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
ହିତୋପଦେଶ 21 : 3 (ORV)
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ ।
ହିତୋପଦେଶ 21 : 4 (ORV)
ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ଵରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ ।
ହିତୋପଦେଶ 21 : 5 (ORV)
କର୍ମଶୀଳର ସଙ୍କଳ୍ପରୁ କେବଳ ପ୍ରଚୁରତା ଜନ୍ମେ; ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ ।
ହିତୋପଦେଶ 21 : 6 (ORV)
ମିଥ୍ୟାବାଦୀ ଓଷ୍ଠ ଦ୍ଵାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ଵେଷଣ କରନ୍ତି, ସେମାନେ ମୃତ୍ୟୁ ଅନ୍ଵେଷଣ କରନ୍ତି ।
ହିତୋପଦେଶ 21 : 7 (ORV)
ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି ।
ହିତୋପଦେଶ 21 : 8 (ORV)
ଦୋଷରେ ଭାରାକ୍ରା; ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ ।
ହିତୋପଦେଶ 21 : 9 (ORV)
କଳିହୁଡ଼ି ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ ।
ହିତୋପଦେଶ 21 : 10 (ORV)
ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ ।
ହିତୋପଦେଶ 21 : 11 (ORV)
ନିନ୍ଦକକୁ ଦଣ୍ତ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ ।
ହିତୋପଦେଶ 21 : 12 (ORV)
ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ ।
ହିତୋପଦେଶ 21 : 13 (ORV)
ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ ।
ହିତୋପଦେଶ 21 : 14 (ORV)
ଗୁପ୍ତରେ ଦାନ ଦେଲେ କ୍ରୋଧ ଶା; ହୁଏ, ପୁଣି ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ତ କୋପ ଶା; କରେ ।
ହିତୋପଦେଶ 21 : 15 (ORV)
ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ ।
ହିତୋପଦେଶ 21 : 16 (ORV)
ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ ।
ହିତୋପଦେଶ 21 : 17 (ORV)
ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ ।
ହିତୋପଦେଶ 21 : 18 (ORV)
ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ଵରୂପ; ପୁଣି, ବିଶ୍ଵାସଘାତକ ସରଳ ଲୋକଙ୍କର ବଦଳି ସ୍ଵରୂପ ।
ହିତୋପଦେଶ 21 : 19 (ORV)
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ ।
ହିତୋପଦେଶ 21 : 20 (ORV)
ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ ।
ହିତୋପଦେଶ 21 : 21 (ORV)
ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ ।
ହିତୋପଦେଶ 21 : 22 (ORV)
ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି ତହିଁର ସାହସଦାୟୀ ବଳ ତଳକୁ ଆଣେ ।
ହିତୋପଦେଶ 21 : 23 (ORV)
ଯେ ଆପଣା ମୁଖ ଓ ଜିହ୍ଵା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ ।
ହିତୋପଦେଶ 21 : 24 (ORV)
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ ।
ହିତୋପଦେଶ 21 : 25 (ORV)
ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ ।
ହିତୋପଦେଶ 21 : 26 (ORV)
କେହି କେହି ଦିନଯାକ ଅତ୍ୟ; ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ ।
ହିତୋପଦେଶ 21 : 27 (ORV)
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ ।
ହିତୋପଦେଶ 21 : 28 (ORV)
ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ତ୍ୟ କଥା କହିବ ।
ହିତୋପଦେଶ 21 : 29 (ORV)
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ ।
ହିତୋପଦେଶ 21 : 30 (ORV)
ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ ।
ହିତୋପଦେଶ 21 : 31 (ORV)
ଯୁଦ୍ଧ ଦିନ ପାଇଁ ଅଶ୍ଵ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: