ହିତୋପଦେଶ 22 : 1 (ORV)
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ ।
ହିତୋପଦେଶ 22 : 2 (ORV)
ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା ।
ହିତୋପଦେଶ 22 : 3 (ORV)
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି ।
ହିତୋପଦେଶ 22 : 4 (ORV)
ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ ଓ ସମ୍ମାନ ଓ ଜୀବନ ଅଟେ ।
ହିତୋପଦେଶ 22 : 5 (ORV)
କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ ।
ହିତୋପଦେଶ 22 : 6 (ORV)
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ ।
ହିତୋପଦେଶ 22 : 7 (ORV)
ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଋଣୀ ମହାଜନର ଦାସ ହୁଏ ।
ହିତୋପଦେଶ 22 : 8 (ORV)
ଯେ ଅଧର୍ମ (ବୀଜ) ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ତ ଲୁପ୍ତ ହେବ ।
ହିତୋପଦେଶ 22 : 9 (ORV)
ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
ହିତୋପଦେଶ 22 : 10 (ORV)
ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ ।
ହିତୋପଦେଶ 22 : 11 (ORV)
ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ ।
ହିତୋପଦେଶ 22 : 12 (ORV)
ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ଵାସଘାତକର କଥା ସେ ଓଲଟାଇ ପକାନ୍ତି ।
ହିତୋପଦେଶ 22 : 13 (ORV)
ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି ।
ହିତୋପଦେଶ 22 : 14 (ORV)
ପର-ସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ ।
ହିତୋପଦେଶ 22 : 15 (ORV)
ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ ।
ହିତୋପଦେଶ 22 : 16 (ORV)
ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ ।
ହିତୋପଦେଶ 22 : 17 (ORV)
ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ ।
ହିତୋପଦେଶ 22 : 18 (ORV)
ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ ।
ହିତୋପଦେଶ 22 : 19 (ORV)
ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି ।
ହିତୋପଦେଶ 22 : 20 (ORV)
ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି ଯେଉଁମାନେ ତୁମ୍ଭକୁ ପଠାନ୍ତି,
ହିତୋପଦେଶ 22 : 21 (ORV)
ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?
ହିତୋପଦେଶ 22 : 22 (ORV)
ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି ନଗର-ଦ୍ଵାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ ।
ହିତୋପଦେଶ 22 : 23 (ORV)
ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ ।
ହିତୋପଦେଶ 22 : 24 (ORV)
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ;
ହିତୋପଦେଶ 22 : 25 (ORV)
କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ ।
ହିତୋପଦେଶ 22 : 26 (ORV)
ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ ।
ହିତୋପଦେଶ 22 : 27 (ORV)
ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
ହିତୋପଦେଶ 22 : 28 (ORV)
ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ ।
ହିତୋପଦେଶ 22 : 29 (ORV)
ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: