ହିତୋପଦେଶ 23 : 1 (ORV)
ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯନିପୂର୍ବକ ବିବେଚନା କର ।
ହିତୋପଦେଶ 23 : 2 (ORV)
ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ ।
ହିତୋପଦେଶ 23 : 3 (ORV)
ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ ।
ହିତୋପଦେଶ 23 : 4 (ORV)
ଧନୀ ହେବା ପାଇଁ ଆପଣାକୁ କ୍ଳା; କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷା; ହୁଅ ।
ହିତୋପଦେଶ 23 : 5 (ORV)
ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ ।
ହିତୋପଦେଶ 23 : 6 (ORV)
କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ;
ହିତୋପଦେଶ 23 : 7 (ORV)
କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ ।
ହିତୋପଦେଶ 23 : 8 (ORV)
ତୁମ୍ଭେ ଯେଉଁ କଳକ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ ।
ହିତୋପଦେଶ 23 : 9 (ORV)
ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ ।
ହିତୋପଦେଶ 23 : 10 (ORV)
ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ ।
ହିତୋପଦେଶ 23 : 11 (ORV)
କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
ହିତୋପଦେଶ 23 : 12 (ORV)
ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ ।
ହିତୋପଦେଶ 23 : 13 (ORV)
ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ ।
ହିତୋପଦେଶ 23 : 14 (ORV)
ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ ।
ହିତୋପଦେଶ 23 : 15 (ORV)
ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ ।
ହିତୋପଦେଶ 23 : 16 (ORV)
ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ ।
ହିତୋପଦେଶ 23 : 17 (ORV)
ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
ହିତୋପଦେଶ 23 : 18 (ORV)
କାରଣ ପୁରସ୍କାର ନିତା; ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।
ହିତୋପଦେଶ 23 : 19 (ORV)
ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ ।
ହିତୋପଦେଶ 23 : 20 (ORV)
ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ ।
ହିତୋପଦେଶ 23 : 21 (ORV)
କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ ।
ହିତୋପଦେଶ 23 : 22 (ORV)
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ ।
ହିତୋପଦେଶ 23 : 23 (ORV)
ସତ୍ୟତା କିଣ, ପୁଣି ତାହା ବିକ ନାହିଁ; ଜ୍ଞାନ ଓ ଉପଦେଶ ଓ ସୁବିବେଚନା (କିଣ) ।
ହିତୋପଦେଶ 23 : 24 (ORV)
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ ।
ହିତୋପଦେଶ 23 : 25 (ORV)
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ ।
ହିତୋପଦେଶ 23 : 26 (ORV)
ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ ।
ହିତୋପଦେଶ 23 : 27 (ORV)
କାରଣ ବେଶ୍ୟା ଗଭୀର ଖାତ, ପୁଣି ପର-ସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ ।
ହିତୋପଦେଶ 23 : 28 (ORV)
ଆହୁରି ସେ ଡକାୟତ ପରି ଛକି ବସେ, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ଵାସଘାତକମାନଙ୍କ ସଂଖ୍ୟା ବଢ଼ାଏ ।
ହିତୋପଦେଶ 23 : 29 (ORV)
କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁଣ?
ହିତୋପଦେଶ 23 : 30 (ORV)
ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର ।
ହିତୋପଦେଶ 23 : 31 (ORV)
ଦ୍ରାକ୍ଷାରସ ରଙ୍ଗିୟା ହେଲେ ଓ ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ ।
ହିତୋପଦେଶ 23 : 32 (ORV)
ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ ।
ହିତୋପଦେଶ 23 : 33 (ORV)
ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ ।
ହିତୋପଦେଶ 23 : 34 (ORV)
ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ ।
ହିତୋପଦେଶ 23 : 35 (ORV)
ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: