ହିତୋପଦେଶ 28 : 1 (ORV)
କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ ।
ହିତୋପଦେଶ 28 : 2 (ORV)
ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ଵାରା ତହିଁର ସ୍ଥିରତା ଦୀର୍ଘ ହୁଏ ।
ହିତୋପଦେଶ 28 : 3 (ORV)
ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ ।
ହିତୋପଦେଶ 28 : 4 (ORV)
ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି ।
ହିତୋପଦେଶ 28 : 5 (ORV)
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ଵେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
ହିତୋପଦେଶ 28 : 6 (ORV)
ଦ୍ଵିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ ।
ହିତୋପଦେଶ 28 : 7 (ORV)
ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀ-ମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ ।
ହିତୋପଦେଶ 28 : 8 (ORV)
ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ଵାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ ।
ହିତୋପଦେଶ 28 : 9 (ORV)
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ ।
ହିତୋପଦେଶ 28 : 10 (ORV)
ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ଵକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
ହିତୋପଦେଶ 28 : 11 (ORV)
ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ ।
ହିତୋପଦେଶ 28 : 12 (ORV)
ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି ।
ହିତୋପଦେଶ 28 : 13 (ORV)
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ଵୀକାର କରି ଛାଡ଼େ, ସେ ଦୟା ପାଇବ ।
ହିତୋପଦେଶ 28 : 14 (ORV)
ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ ।
ହିତୋପଦେଶ 28 : 15 (ORV)
ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା ।
ହିତୋପଦେଶ 28 : 16 (ORV)
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ ।
ହିତୋପଦେଶ 28 : 17 (ORV)
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ ।
ହିତୋପଦେଶ 28 : 18 (ORV)
ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ ।
ହିତୋପଦେଶ 28 : 19 (ORV)
ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ ।
ହିତୋପଦେଶ 28 : 20 (ORV)
ବିଶ୍ଵସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ତିତ ନୋହିବ ।
ହିତୋପଦେଶ 28 : 21 (ORV)
ମୁଖାପେକ୍ଷା କରିବା ଭଲ ନୁହେଁ । କିଅବା ଖଣ୍ତେ ରୋଟୀ ପାଇଁ ଅଧର୍ମ କରିବା ଭଲ ନୁହେଁ ।
ହିତୋପଦେଶ 28 : 22 (ORV)
କୁଦୁଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ ।
ହିତୋପଦେଶ 28 : 23 (ORV)
ଜିହ୍ଵାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ ।
ହିତୋପଦେଶ 28 : 24 (ORV)
ଯେ ଆପଣା ପିତା କି ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ ।
ହିତୋପଦେଶ 28 : 25 (ORV)
ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
ହିତୋପଦେଶ 28 : 26 (ORV)
ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ । ହିତୋ. ୩:୫
ହିତୋପଦେଶ 28 : 27 (ORV)
ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ ।
ହିତୋପଦେଶ 28 : 28 (ORV)
ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣା-ମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: