ହିତୋପଦେଶ 30 : 1 (ORV)
ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି । ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉଲକକୁ କହେ:
ହିତୋପଦେଶ 30 : 2 (ORV)
ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି ମୋʼଠାରେ ମନୁଷ୍ୟର ବିବେଚନା ନାହିଁ ।
ହିତୋପଦେଶ 30 : 3 (ORV)
ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ଵରୂପଙ୍କ ବିଷୟକ ବିଦ୍ୟା ମୋʼଠାରେ ନାହିଁ ।
ହିତୋପଦେଶ 30 : 4 (ORV)
କିଏ ସ୍ଵର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।
ହିତୋପଦେଶ 30 : 5 (ORV)
ପରମେଶ୍ଵରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ।
ହିତୋପଦେଶ 30 : 6 (ORV)
ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ ।
ହିତୋପଦେଶ 30 : 7 (ORV)
ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ ।
ହିତୋପଦେଶ 30 : 8 (ORV)
ଅସାରତା ଓ ମିଥ୍ୟାକଥା ମୋʼଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର ।
ହିତୋପଦେଶ 30 : 9 (ORV)
ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ଵୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ଵରଙ୍କର ନାମ ମିଥ୍ୟାରେ ନେବି ।
ହିତୋପଦେଶ 30 : 10 (ORV)
ଦାସର ପ୍ରଭୁ କତିରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ ।
ହିତୋପଦେଶ 30 : 11 (ORV)
ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି ।
ହିତୋପଦେଶ 30 : 12 (ORV)
ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି ।
ହିତୋପଦେଶ 30 : 13 (ORV)
ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି ।
ହିତୋପଦେଶ 30 : 14 (ORV)
ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦ; ଖଡ଼୍‍ଗ ପରି ଓ କଳଦ; ଛୁରୀ ପରି, ଏପରି ଏକ ବଂଶ ଅଛି ।
ହିତୋପଦେଶ 30 : 15 (ORV)
ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ । ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା ।
ହିତୋପଦେଶ 30 : 16 (ORV)
ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା ।
ହିତୋପଦେଶ 30 : 17 (ORV)
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ ।
ହିତୋପଦେଶ 30 : 18 (ORV)
ତିନି କଥା ମୋହର ବୋଧାଗମ୍ୟ, ପୁଣି ଚାରି କଥା ମୁଁ ଜାଣୁ ନାହିଁ;
ହିତୋପଦେଶ 30 : 19 (ORV)
ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି ।
ହିତୋପଦେଶ 30 : 20 (ORV)
ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ ।
ହିତୋପଦେଶ 30 : 21 (ORV)
ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;
ହିତୋପଦେଶ 30 : 22 (ORV)
ରାଜତ୍ଵପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
ହିତୋପଦେଶ 30 : 23 (ORV)
ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର ।
ହିତୋପଦେଶ 30 : 24 (ORV)
ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
ହିତୋପଦେଶ 30 : 25 (ORV)
ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି ।
ହିତୋପଦେଶ 30 : 26 (ORV)
ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି ।
ହିତୋପଦେଶ 30 : 27 (ORV)
ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି ।
ହିତୋପଦେଶ 30 : 28 (ORV)
ପୁଣି, ଝିଟିପିଟି ହସ୍ତ ଦ୍ଵାରା ଧରି ହୁଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ ।
ହିତୋପଦେଶ 30 : 29 (ORV)
ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
ହିତୋପଦେଶ 30 : 30 (ORV)
ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ ।
ହିତୋପଦେଶ 30 : 31 (ORV)
ଯୁଦ୍ଧାଶ୍ଵ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ ।
ହିତୋପଦେଶ 30 : 32 (ORV)
ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ ।
ହିତୋପଦେଶ 30 : 33 (ORV)
କାରଣ ଯଦ୍ରୂପ ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: