ହିତୋପଦେଶ 4 : 1 (ORV)
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର ।
ହିତୋପଦେଶ 4 : 2 (ORV)
ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ ।
ହିତୋପଦେଶ 4 : 3 (ORV)
ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି ।
ହିତୋପଦେଶ 4 : 4 (ORV)
ପିତା ମୋତେ ଶିକ୍ଷା ଦେଇ କହିଲେ, ତୁମ୍ଭ ମନ ମୋହର କଥା ରକ୍ଷା କରୁ, ମୋହର ଆଜ୍ଞାସବୁ ପାଳନ କରି ବଞ୍ଚ ।
ହିତୋପଦେଶ 4 : 5 (ORV)
ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।
ହିତୋପଦେଶ 4 : 6 (ORV)
ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ ।
ହିତୋପଦେଶ 4 : 7 (ORV)
ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର ।
ହିତୋପଦେଶ 4 : 8 (ORV)
ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ ।
ହିତୋପଦେଶ 4 : 9 (ORV)
ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ ।
ହିତୋପଦେଶ 4 : 10 (ORV)
ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ ।
ହିତୋପଦେଶ 4 : 11 (ORV)
ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି ।
ହିତୋପଦେଶ 4 : 12 (ORV)
ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ ।
ହିତୋପଦେଶ 4 : 13 (ORV)
ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ ।
ହିତୋପଦେଶ 4 : 14 (ORV)
ପାପୀମାନଙ୍କ ପଥ ମଧ୍ୟରେ ପଶ ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ ।
ହିତୋପଦେଶ 4 : 15 (ORV)
ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ ।
ହିତୋପଦେଶ 4 : 16 (ORV)
ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ ।
ହିତୋପଦେଶ 4 : 17 (ORV)
ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି ।
ହିତୋପଦେଶ 4 : 18 (ORV)
ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ ।
ହିତୋପଦେଶ 4 : 19 (ORV)
ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ ।
ହିତୋପଦେଶ 4 : 20 (ORV)
ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର ।
ହିତୋପଦେଶ 4 : 21 (ORV)
ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯନି କରି ରଖ ।
ହିତୋପଦେଶ 4 : 22 (ORV)
ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ଵାସ୍ଥ୍ୟ ଅଟେ ।
ହିତୋପଦେଶ 4 : 23 (ORV)
ତୁମ୍ଭ ହୃଦୟକୁ ଅତି ଯନିରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ ।
ହିତୋପଦେଶ 4 : 24 (ORV)
ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ ।
ହିତୋପଦେଶ 4 : 25 (ORV)
ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ ।
ହିତୋପଦେଶ 4 : 26 (ORV)
ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ ।
ହିତୋପଦେଶ 4 : 27 (ORV)
ଦକ୍ଷିଣ କି ବାମ ହାତରେ ଫେର ନାହିଁ, ତୁମ୍ଭ ପାଦ ମନ୍ଦଠାରୁ ଦୂର କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: