ଉପଦେଶକ 1 : 1 (ORV)
ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା ।
ଉପଦେଶକ 1 : 2 (ORV)
ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର ।
ଉପଦେଶକ 1 : 3 (ORV)
ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୁଏ, ତାହାର ସେହିସବୁରୁ କି ଲାଭ?
ଉପଦେଶକ 1 : 4 (ORV)
ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ ।
ଉପଦେଶକ 1 : 5 (ORV)
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ ।
ଉପଦେଶକ 1 : 6 (ORV)
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ ।
ଉପଦେଶକ 1 : 7 (ORV)
ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି ।
ଉପଦେଶକ 1 : 8 (ORV)
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ ।
ଉପଦେଶକ 1 : 9 (ORV)
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ ।
ଉପଦେଶକ 1 : 10 (ORV)
ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା ।
ଉପଦେଶକ 1 : 11 (ORV)
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ ।
ଉପଦେଶକ 1 : 12 (ORV)
ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି ।
ଉପଦେଶକ 1 : 13 (ORV)
ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ ।
ଉପଦେଶକ 1 : 14 (ORV)
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର ।
ଉପଦେଶକ 1 : 15 (ORV)
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ ।
ଉପଦେଶକ 1 : 16 (ORV)
ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି ।
ଉପଦେଶକ 1 : 17 (ORV)
ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି ।
ଉପଦେଶକ 1 : 18 (ORV)
କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: