ଉପଦେଶକ 10 : 1 (ORV)
ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ ।
ଉପଦେଶକ 10 : 2 (ORV)
ଜ୍ଞାନୀର ହୃଦୟ ତାହାର ଦକ୍ଷିଣରେ; ମାତ୍ର ମୂର୍ଖର ହୃଦୟ ତାହାର ବାମରେ ଥାଏ ।
ଉପଦେଶକ 10 : 3 (ORV)
ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ ।
ଉପଦେଶକ 10 : 4 (ORV)
ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ଵୀକାର ଦ୍ଵାରା ମହା ମହା ଅନିଷ୍ଟ କ୍ଷା; ହୁଏ ।
ଉପଦେଶକ 10 : 5 (ORV)
ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭ୍ରମ ତୁଲ୍ୟ ଦେଖାଯାଏ;
ଉପଦେଶକ 10 : 6 (ORV)
ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ ।
ଉପଦେଶକ 10 : 7 (ORV)
ମୁଁ ଦାସମାନଙ୍କୁ ଅଶ୍ଵ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି ।
ଉପଦେଶକ 10 : 8 (ORV)
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ ।
ଉପଦେଶକ 10 : 9 (ORV)
ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ ।
ଉପଦେଶକ 10 : 10 (ORV)
ଲୁହା ଦନ୍ଥରା ହେଲେ ଯେବେ କେହି ତାହାର ଦାଢ଼ ନ ପଜାଏ, ତେବେ ତାହାପରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ ।
ଉପଦେଶକ 10 : 11 (ORV)
ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ ।
ଉପଦେଶକ 10 : 12 (ORV)
ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ ।
ଉପଦେଶକ 10 : 13 (ORV)
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ଉନ୍ମତ୍ତତା ।
ଉପଦେଶକ 10 : 14 (ORV)
ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?
ଉପଦେଶକ 10 : 15 (ORV)
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳା; କରେ, କାରଣ କିରୂପେ ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ ।
ଉପଦେଶକ 10 : 16 (ORV)
ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର ।
ଉପଦେଶକ 10 : 17 (ORV)
ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
ଉପଦେଶକ 10 : 18 (ORV)
ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ ।
ଉପଦେଶକ 10 : 19 (ORV)
ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ ।
ଉପଦେଶକ 10 : 20 (ORV)
ରାଜାକୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ ଆଉ, ଧନୀକି ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: